ରାୟଗଡା ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ସୋମବାର ଦିନ ଆଜି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ହରିଶ ବି.ସି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ,ଜିଲ୍ଲା ପରିଷଦ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ କଲ୍ୟାଣୀ ସଂଘମିତ୍ରା ଦେବୀ,ଆଇଟିଡିଏ ଦିଲ୍ଲୀପ କୁମାର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲାଲମୋହନ ରାଉତରାୟ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ | ଆଜି ମୋଟ ୫୫ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୧୧ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪୪ଗୋଟି ଗ୍ରାମ ବାସୀମାନଙ୍କର ସାମୂହିକ ଅଭିଯୋଗ ରହିଥିଲା | ଜିଲ୍ଲାପାଳ ୭ ଜଣକୁ ୪୦ହଜାର ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଏବଂ ଜଣକୁ ୧୦ହଜାର ଟଙ୍କା ରେଡ଼କ୍ରସରୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ l ଏହି ଅଭିଯୋଗ ଶିବିରରେ ଅନ୍ୟମାନଙ୍କ ଭିତରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ, ଭାରତ ଭୂଷଣ ବିଶ୍ୱାଳ, ରାୟଗଡ ତହସିଲଦାର ପ୍ରିୟଦର୍ଶିନୀ ସ୍ୱାଇଁ, ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ ଗୃହ, ଗ୍ରାମ୍ୟ ନିର୍ମାଣ, କ୍ଷୁଦ୍ର ଜଳସେଚନ,ଜନ ସ୍ୱାସ୍ଥ୍ୟ ବିଭାଗ, ଗ୍ରାମ୍ୟ ଜଳଯୋଗାଣ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୂର୍ଯ୍ୟମଣି ଭୋଇ, ସାମାଜିକ ସୁରକ୍ଷା ଅଧିକାରୀ ସିମାଞ୍ଚଳ ମହାପାତ୍ର, ଜିଲ୍ଲା କୃଷି ଅଧିକାରୀ ମନୋଜ କୁମାର ପ୍ରଧାନ, ଉଦ୍ୟାନ ଉପନିର୍ଦ୍ଧେଶକ ଶ୍ରୀ ରାଉତ, ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ହାଡିବନ୍ଧୁ ଭୋଇ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଶିଳ୍ପ ବିକାଶ ଅଧିକାରୀ ସବ୍ୟସାଚୀ ସାହୁ, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀବିଟଟାଲ ଷଡ଼ଙ୍ଗୀ ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.