ଯୋରାଡବରା ପଞ୍ଚାୟତରେ ସଚେତନତା ଶିବିର 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): କର୍ଲାମୁଣ୍ଡା ବ୍ଳକ ଯୋରାଡଵରା ପଞ୍ଚାୟତରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ସରପଞ୍ଚ କ୍ଷିତିସୂତା ସାହୁଙ୍କ ଅଧ୍ୟକ୍ଷତାରେ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି ଭାବେ ରେଗେଡ଼ା ସରପଞ୍ଚ ଦୀପ୍ତିରାଣୀ ସାହୁ, ଯୋରାଡଵରା ସମିତି ସଭ୍ୟା ରୀମା ସାହୁ, ବରିଷ୍ଠ ସାମ୍ବାଦିକ କମ୍ବୁପାଣି ମିଶ୍ର, ନାଏବ ସରପଞ୍ଚ ପ୍ରଭାସିନୀ ସାହୁ, ପିଇଓ ବସନ୍ତ ମିଶ୍ର ପ୍ରମୁଖ ଯୋଗଦେଇ ଗ୍ରାମାଞ୍ଚଳର ଭିଭିଭୂମି ବିକାଶ ଓ ସରକାରଙ୍କ ଜନହିତ ଯୋଜନା ଉପରେ ଉପସ୍ଥିତ ଜନସାଧାରଣଙ୍କୁ ସଚେତନ କରିଥିଲେ। ଯୁବ କବି ପ୍ରଶାନ୍ତ କୁମାର ଦାସ ମଞ୍ଚ ପରି ପରିଚାଳନା କରିଥିଲେ। ଏହି ଅବସରେ ବିଭିନ୍ନ ବିଭାଗର ଷ୍ଟଲ ଖୋଲା ଯାଇଥିଲା। ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଏଲଇଡି ମାଧ୍ୟମରେ ପ୍ରଦର୍ଶନ କରାଇଥିଲା। ବିଭିନ୍ନ ବିଭାଗର କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସଭାକାର୍ଯ୍ୟ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.