ପୋଖରୀବନ୍ଧ ଠାରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକର ପୋଖରୀବନ୍ଧ ଗ୍ରାମ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗ୍ରାମାଞ୍ଚଳର ଭିତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କର ଜନହିତକର ଯୋଜନା ଉପରେ ଜନସଚେତନତା ସୃଷ୍ଟି କରାଯାଇଥିଲା। ପୋଖରୀବନ୍ଧ ସରପଞ୍ଚ ସସ୍ମିତା ମାଝୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିରରେ ମୁଖ୍ୟ ଅତିଥିଭାବରେ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଶିବାଜୀ ମାଝୀ ଯୋଗଦେଇ ରାଜ୍ୟସରକାରଙ୍କର ଗ୍ରାମାଞ୍ଚଳରେ ଭିତ୍ତି ଭୂମି ବିକାଶ ଓ ରାଜ୍ୟସରକାରଙ୍କର ବିଭିନ୍ନ ଜନକଲ୍ୟାଣ ଯୋଜନା ଉପରେ ଜନସଚେତନତା ସୃଷ୍ଟି କରିଥିଲେ। ଏଥିରେ ମୁଖ୍ୟ ବକ୍ତା ଭାବେ ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ରମ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧକ୍ଷା କମଳା ପାତ୍ର, ଜିପିଓ ପ୍ରଦିପ କୁମାର ଠାକୁର, ବିପିଏମ ସଞ୍ଜୀବ କୁମାର କହଁର, ନାଏବ ସରପଞ୍ଚ ପବିତ୍ର ବିଭାର, ବିଶ୍ଵନାଥପୁର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ସାହୁ ପ୍ରମୁଖ ମଞ୍ଚାସିନ ଥିଲେ। ମଞ୍ଚରେ ଉପସ୍ଥିତ ଅତିଥି ବୃନ୍ଦ ରାଜ୍ୟସରକାରଙ୍କ ଜନନୀ ସୁରକ୍ଷା ଯୋଜନାରୁ ଆରମ୍ଭ କରି ହରିଶ୍ଚନ୍ଦ୍ର ଯୋଜନା, ଜଗନ୍ନାଥ ସଂସ୍କୃତିକରୁ ଆରମ୍ଭ କରି କୃଷି କ୍ଷେତ୍ରର ବିକାଶ ଉପରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଭିସ୍ମ ମେହେର ତତ୍ବାବଧାନରେ ଗ୍ରାମ ରୋଜଗାର ସେବକ ଚନ୍ଦ୍ରମଣି ନାଏକ, ଯୋଗାଣ ସହାୟକ କୁଳମଣି ବେହେରାଙ୍କ ସମେତ ସମସ୍ତ ୱାଡ଼ ସଭ୍ୟ/ସଭ୍ୟା ଗାଁସାଥି, ଅଙ୍ଗନୱାଡ଼ିକର୍ମୀ, ଆଶା କର୍ମୀ, ଏମବିକେ, ସିଆରପି ଓ ଗ୍ରାମ ପଞ୍ଚାୟତର ସମସ୍ତ ଜନସାଧାରଣ ଉପସ୍ଥିତ ରହି ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.