ତାଲୁକ ଆଇନ ସେବା ସମିତି ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ତାଳୁକ ଆଇନ ସେବା ସମିତି ପକ୍ଷରୁ ମଙ୍ଗଳବାର ସଡକ ସୁରକ୍ଷା ଓ ଟ୍ରାଫିକ ନିୟମ ପାଳନ ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷା ରିତିକା ଜେନାଙ୍କ ଅଧ୍ୟକ୍ଷତାରେ ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଆଇନଜୀବୀ, ପୋଲିସ କର୍ମଚାରୀ, ସ୍ଥାନୀୟ ଜବାହର ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସାମିଲ ହୋଇଥିଲେ। କୋର୍ଟ ପରିସରୁ ଏକ ଶୋଭା ଯାତ୍ରାରେ ବାହାରି ସଡ଼କ ସୁରକ୍ଷା ଓ ଟ୍ରାଫିକ ନିୟମ ପାଳନ କରି ଗାଡି ମୋଟର ଚଳାଇବା ପାଇଁଁ ସଚେତନ ସୃଷ୍ଟି କରିଥିଲେ। କୋକସରା ବାର ଆସୋସିଏସନ୍ ଆଇନଜୀବୀ, ପଞ୍ଚାନନ ବେଶ୍ରା, ମନୋଜ କୁମାର ନାଏକ, ସରକାରୀ ଆଇନଜୀବୀ ଅଜିତ କୁମାର ପଟ୍ଟନାୟକ, ଆଇନଜୀବୀ ଲକ୍ଷ୍ମୀକାନ୍ତ ଖମାରୀ, ଜଗା ପଟ୍ଟନାୟକ ସମେତ ଖେଳ ଶିକ୍ଷକ ଅମିତ କୁମାର ମହାନ୍ତି, ଥାନା କର୍ମଚାରୀ ଓ କୋର୍ଟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.