ଚମ୍ପାଦେଇପୁର ଠାରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଅର୍ନ୍ତଗତ ଚମ୍ପାଦେଇପୁର ପଞ୍ଚାୟତ ଖେଳ ପଡିଆ ପରିସରରେ ସରପଞ୍ଚ ନରେନ୍ଦ୍ର ମାଝୀଙ୍କ ସଭାପତିତ୍ବରେ ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଅରବିନ୍ଦ ମହାପାତ୍ର ଯୋଗଦେଇଥିଲେ। ଏଥିରେ ସମ୍ମାନିତ ଅତିଥିଭାବେ ଉପାଧ୍ୟକ୍ଷ ସଞ୍ଜିବ କୁମାର ନାଏକ, ବିଶ୍ଵନାଥପୁର ବନପାଳ ସୁରେଶଚନ୍ଦ୍ର ରାଉତ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ।ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକର ରୂପାନ୍ତରିତ କରଣ ବିଷୟରେ ମାର୍ଗଦର୍ଶନ କରିଥିଲେ। ଏପରିକି କାଳିଆ ଯୋଜନା, ସାମାଜିକ ସୁରକ୍ଷା ଭତ୍ତା, ରେସନ କାର୍ଡ଼,ମମତା ଯୋଜନା ଓ ପ୍ରତ୍ୟେକ ଗାଁକୁ ପକ୍କା ରାସ୍ତା ସହ ମିଶନ ଶକ୍ତି ମହିଳାଙ୍କ ପାଇଁ ବହୁ ବିକାଶ ମୂଳକ କାର୍ଯ୍ୟ ପ୍ରସ୍ତୁତ କରାଯାଇଥିବା ଅତିଥି ମାନେ ନିଜ ଭାଷଣରେ ପ୍ରକାଶ କରିଛନ୍ତି। ଏଥିରେ ବିଭିନ୍ନ ବିଭାଗ ପକ୍ଷରୁ ଆକର୍ଷଣୀୟ ଷ୍ଟଲ୍ ମାନ ଖୋଲାଯାଇ ରାଜ୍ୟସରକାରଙ୍କ ଲୋକାଭିମୁଖୀ ଯୋଜନା ଗୁଡିକର ସଚେତନତା କରାଯାଇଥିଲା। ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସମାଜିକ ଚାଲି ଚଳନ ଓ ସୁରକ୍ଷାକୁ ନେଇ ସଚେତନ ମୂଳକ ନାଟକ ଓ ନୃତ୍ୟ ପରିବେଷଣ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ସାମ୍ବାଦିକ ଗୋପାଳ ଦାସ ମହାନନ୍ଦ ପରିଚାଳନା କରିଥିବାବେଳେ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରମୋଦ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଯୋଗାଣ ସହାୟକ ଗୁପ୍ତେଶ୍ୱର ପ୍ରଧାନ, ଜିଓଟେଗର କାହ୍ନେଇ କଟା, ବିଏଫଟି ସୋମନାଥ ମାଝୀଙ୍କ ସମେତ ଏମବିକେ ସମସ୍ତ ସିଆରପି, ଗାଁସାଥି, ୱାର୍ଡ଼ ସଭ୍ୟ/ସଭ୍ୟା, ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀଙ୍କ ସମେତ ଗ୍ରାମ ପଞ୍ଚାୟତବାସୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.