ଗୋଛାଡେଙ୍ଗେନ ଗ୍ରାମ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ଗୋଛାଡେଙ୍ଗେନ ଗ୍ରାମ ପଞ୍ଚାୟତ ପରିସରରେ “ଆମ ଓଡ଼ିଶା ନବୀନ ଓଡ଼ିଶା” ସଚେତନତା କାର୍ଯ୍ୟକ୍ରମ ସରପଞ୍ଚ ଡ. ସୁରେଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନୀତ ଅତିଥି ଭାବେ ଜିପିଇଓ କୁଳମଣି ସିଂ ରାୟ, ସମାଜସେବୀ ଗୋବିନ୍ଦ ପ୍ରସାଦ ଶତପଥୀ, ଓଡ଼ିଶା ସାମ୍ବାଦିକ ୟୁନିଅନର ରାଜ୍ୟ ସାଧାରଣ ସମ୍ପାଦକ କମ୍ବୁପାଣି ମିଶ୍ର, ମିଶନ ଶକ୍ତି ସଂଯୋଜକ ସତ୍ୟବାନ ସାହୁ, ସାମ୍ବାଦିକ ପ୍ରଦୀପ କୁମାର ସାହୁ, ମ.ରାମପୁର ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଶମ୍ଭୁ ଭୂଷଣ ପ୍ରଧାନ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଚଞ୍ଚଳ ହରିଜନ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ। ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ ବିଭାଗ, ଅଙ୍ଗନଓ୍ବାଡି, ପ୍ରାଣୀ ସମ୍ପଦ, ସ୍ବୟଂ ସହାୟକ ଗୋଷ୍ଠୀ ଷ୍ଟଲ ଖୋଲା ଯାଇଥିଲା। ରାଜ୍ୟ ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମକୁ ଏଲଇଡି ମାଧ୍ୟମରେ ପ୍ରଦର୍ଶନ କରାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ବିଭିନ୍ନ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ। ସଭା କାର୍ଯ୍ୟ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପର୍ଯ୍ୟାୟରେ ଘୁମୁରା ଓ ବହାଶାଲ ନୃତ୍ୟ ପରିବେଷିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.