ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନରୋତ୍ତମ ସେଲମା): କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତର ବିଜାପାଟି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏନେଇ ଆୟୋଜିତ ବର୍ଣ୍ଣାଢ଼୍ୟ ସମାରୋହରେ ପ୍ରଧାନ ଶିକ୍ଷକ ଗିରିଶ ଚନ୍ଦ୍ର ଦୋରା ସଭାପତିତ୍ବ କରିଥିବାବେଳେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ବିଡିଓ ମଣ୍ଟୁ ଖମାରୀ, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ସମ୍ମାନିତ ଅତିଥି ଭାବେ ସିଆରସିସି ସଞ୍ଜୟ କୁମାର ଦାସ, ଉଜ୍ଜ୍ୱଳ କୁମାର ସାହୁ, ପ୍ରାଥମିକ ଶିକ୍ଷକ ସଂଘ ସଭାପତି ରୋହିତ କୁମାର ରଣା, ୱାର୍ଡ ସଭ୍ୟ ଦେବରାଜ ଚୌଧୁରୀ, ଭୈରବ ଦୀପ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବଗର୍ତ୍ତି ପ୍ରମୁଖ ଯୋଗ ଦେଇ ଶିକ୍ଷାନୁଷ୍ଠାନର ଗୌରବ ବୃଦ୍ଧିରେ ଛାତ୍ର, ଶିକ୍ଷକ ଓ ଅଭିଭାବକ ମାନଙ୍କ ମିଳିତ ସହଭାଗିତା ରହିଛି ବୋଲି ମତ ପ୍ରକାଶ କରିଥିଲେ। ପ୍ରଶାନ୍ତ ଦାସ ମଞ୍ଚ ସଂଯୋଜନା କରିଥିବାବେଳେ ସହକାରୀ ଶିକ୍ଷକ ଦୁଷ୍ମନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଦର୍ଶକଙ୍କୁ ଆକୃଷ୍ଟ କରିଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ଗ୍ରାମବାସୀ ଓ ପରିଚାଳନା କମିଟିର ସଦସ୍ୟମାନେ ସହଯୋଗ କରିଥିଲେ।