ଶାନ୍ତପୁର କ୍ଲଷ୍ଟର ପକ୍ଷରୁ ‘ଆମ ସଂସ୍କୃତି, ଆମ ଖେଳନା’ କାର୍ଯ୍ୟକ୍ରମ ଆୟୋଜିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ଶାନ୍ତପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶାନ୍ତପୁର କ୍ଲଷ୍ଟର ପକ୍ଷରୁ ‘ଆମ ସଂସ୍କୃତି, ଆମ ଖେଳନା’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏଥିରେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ଶିକ୍ଷକ ଶିକ୍ଷୟିତ୍ରୀମାନେ ସାଧନକର୍ମୀଙ୍କୁ ଗୁରୁତ୍ୱର ସହ ପର୍ଯ୍ୟବେକ୍ଷଣ କରି ନିଜେ ନିଜେ ଖେଳନା ପ୍ରସ୍ତୁତ କରିଥିଲେ। ଶାନ୍ତପୁର ସିଆରସିସି ସୁଜିତ କୁମାର ପଣ୍ଡାଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ରାଜକୁମାରୀ ନାଏକ ସଂଯୋଜନା କରିଥିଲେ। ଏଥିରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଈଶ୍ୱର ଚନ୍ଦ୍ର ବେହେରା, ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ, ବିଆରସିସି ଗୋବର୍ଦ୍ଧନ ମାଝୀ, ଏବିଇଓ ସୂର୍ୟଦେବ ବାଗ, ରାଧାକୃଷ୍ଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ସାରଙ୍ଗଧର ଠାକୁର, ରାତୁଲ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା କ୍ଳଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଅଂଶଗ୍ରହଣ କରିଥିଲେ।

ଏହି କର୍ମଶାଳାରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.