କଅସର ଓ ଶିଶକେଲା ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ବଲାଙ୍ଗୀର (ପ୍ରମୋଦ ସେଲମା): ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ କଅସର ଓ ଶିଶକେଲା ପଞ୍ଚାୟତରେ ରବିବାର ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଅସର ସରପଞ୍ଚ ହେମକାନ୍ତି ସାହୁଙ୍କ ତତ୍ୱାବଧାନରେ ସଇଁତଲା ବିଡ଼ିଓ ବିନୟ କୁମାର ଭୋଇ, ମନ୍ତ୍ରୀଙ୍କ ପ୍ରତିନିଧି ଚନ୍ଦ୍ରବଦନ ପୁରୋହିତ, ସମିତି ସଭ୍ୟା ସୁକାନ୍ତି ସାହୁ, ନାଏବ ସରପଞ୍ଚ ବନିତା ସାହୁ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଶରତ ସାହୁ ଓ ହେମନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।  ଅତିଥିମାନେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକ ଉପରେ ମାର୍ଗଦର୍ଶନ ଦେଇ ଜନସଚେତନତା ସୃଷ୍ଟି କରିଥିଲେ। ସେହିପରି ଶିଶକେଲା ପଞ୍ଚାୟତରେ ସରପଞ୍ଚ ମାଳତୀ ରଣାଙ୍କ ତତ୍ତ୍ୱବଧାନରେ ଅନୁଷ୍ଠିତ ଉତ୍ସବରେ ବିଡ଼ିଓ ବିନୟ କୁମାର ଭୋଇ, ମନ୍ତ୍ରୀଙ୍କ ପ୍ରତିନିଧି ଚନ୍ଦ୍ରବଦନ ପୁରୋହିତ, ସମିତି ସଭ୍ୟ ଉମାକାନ୍ତ ରଣା, ଇଓ ଦୁଃଖବନ୍ଧୁ ରଣା, ଜିଆରଏସ ସୁଭାଶିଷ ମିଶ୍ର, ଶାନ୍ତନୁ ରଣା ଓ ଜୟ ସିଂ ରଣା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଉଦ୍ୟାନ, କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ପ୍ରାଣୀସମ୍ପଦ ଷ୍ଟଲ ମାନେ ଖୋଲା ଯାଇଥିଲା। ଏହି ପରିପେକ୍ଷୀରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଗାଁରେ ଜଗନ୍ନାଥ ସଂସ୍କୃତି ର ସଂରକ୍ଷଣ, ବିଭିନ୍ନ ଧର୍ମାନୁଷ୍ଠାନ ଗୁଡିକର ରୂପାନ୍ତିକରଣ, ମହିଳା ସଶକ୍ତିକରଣ ଓ ଭିତ୍ତିଭୁମିର ବିକାଶ, ବ୍ୟାଙ୍କିଙ୍ଗ ଭିତ୍ତିଭୂମିର ବିକାଶ, ବିଦ୍ୟାଳୟ ଗୁଡିକର ରୂପାନ୍ତିକରଣ ଉପରେ ଲୋକମାନଙ୍କୁ ସଚେତନ କରାଯାଇଥିଲା। କେନ୍ଧୁଉଡାର ସଂଚାର ସହ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସିଆପିସିଏମ, ଏମବିକେ, ଅଙ୍ଗନୱାଡି କର୍ମୀ , ସ୍ୱୟଂ ସହାୟକ ଦଳ, ବ୍ୟାଙ୍କ ମିତ୍ରଙ୍କ ସହ ବିଭିନ୍ନ ସ୍ବେଛାସେବୀ ସଙ୍ଗଠନ ଓ ପଞ୍ଚାୟତର ଶତାଧିକ ମହିଳା ଓ ପୁରୁଷ ସାମିଲ ହୋଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.