ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ଓ କ୍ରୀଡ଼ା ଶିକ୍ଷକ ଶଙ୍କର୍ଷଣ ଗୌଡ଼ଙ୍କୁ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଳକ୍ ଅନ୍ତର୍ଗତ ରାକ୍ସି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ବଲବସପୁର କ୍ଳଷ୍ଟର ସ୍ତରୀୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ନିକଟ ଅତୀତରେ ଓଡ଼ିଶା ରାଜ୍ୟ ସରକାରଙ୍କ ଦ୍ଵାରା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶ୍ରେଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶ୍ରେଷ୍ଠ କ୍ରୀଡ଼ା ଶିକ୍ଷକ ଶଙ୍କର୍ଷଣ ଗୌଡ଼ଙ୍କୁ ଆଞ୍ଚଳିକ ସାଧନ କେନ୍ଦ୍ରର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ସଭାରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜଗଦୀଶ ପ୍ରସାଦ ସାହୁ ସଭାପତିତ୍ୱ କରିଥିବା ବେଳେ ବିଦ୍ୟାଳୟର ପ୍ରଧାନଶିକ୍ଷକ ସତ୍ୟରଞ୍ଜନ ସ୍ୱାଇଁ ସ୍ୱାଗତ ଭାଷଣ ଦେଇଥିଲେ । ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଜାନୀ, ଅତିରିକ୍ତ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ମାଝୀ, ଶାନ୍ତପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଜିତ କୁମାର ପଣ୍ଡା, ରୁପ୍ରାରୋଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଅଭୟ ଗଡ଼ତିଆ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଢୀପଦରର ପ୍ରଧାନଶିକ୍ଷକ ଡୋଲେଶ୍ଵର ସାହୁ, ପୁରସ୍କାର ପ୍ରାପ୍ତ ଶିକ୍ଷକ ଶ୍ରୀ ଗୌଡ଼ ପ୍ରମୁଖ ମଞ୍ଚାସୀନ ଥିଲେ। ବିଦ୍ୟାଳୟର ଶିକ୍ଷକ ଗୋକୁଳ ଚନ୍ଦ୍ର ନାଏକ ମଞ୍ଚ ପରିଚାଳନା କରିଥିବା ବେଳେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.