ମହୁଲପାଟଣାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ

ଓଡିଆ ବାର୍ତ୍ତା/ ଥୁଆମୂଳ ରାମପୁର (ପ୍ରଦୀପ କୁମାର ପଣ୍ଡା): ଥୁଆମୂଳ ରାମପୁର ବ୍ଲକ ମହୁଲପାଟଣା ଠାରେ ‘ଆମ ଓଡିଶା ନବୀନ ଓଡିଶା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହୁଲପାଟଣା ସରପଞ୍ଚ ରତ୍ନୀ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୟାନିଧି ମାଝୀ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ଜୟନ୍ତୀ ମାଝୀ, ସମିତି ସଭ୍ୟ ମନ ମାଝୀ, ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଜ୍ଞାନ ରଞ୍ଜନ ଭୋଇ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ, କନିଷ୍ଠ ଯନ୍ତ୍ରୀ ସତ୍ୟ ନାରାୟଣ ବେହେରା ଏବଂ ମହୁଲପାଟଣା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ନାଏକ ପ୍ରମୁଖ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ବଖାଣି ଲୋକଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ।

Udyog Nursery
Udyogi Nursery

ଜନପ୍ରତିନିଧି ଏବଂ ପ୍ରଶାସନର ଉଦାସୀନତା ମନୋଭାବ ଯୋଗୁଁ ପଞ୍ଚାୟତରେ ଯୋଜନା ଗୁଡିକ ସଠିକ ପରିଚାଳନା ହେଉନଥିବା ଅଭିଯୋଗ ମଧ୍ୟ ସାମ୍ନାକୁ ଆଣିଥିଲେ କିଛି ବ୍ୟକ୍ତି। କାର୍ଯ୍ୟକ୍ରମରେ ପଞ୍ଚାୟତର ଶତାଧିକ ଲୋକେ ଉପସ୍ଥିତ ରହିଥିଲେ।

କାର୍ଯ୍ୟକ୍ରମକୁ ଶିକ୍ଷକ ଗୋବିନ୍ଦ ନାଏକ ପରିଚାଳନା କରିଥିବାବେଳେ ପଞ୍ଚାୟତର ନାଏବ ସରପଞ୍ଚ, ଗ୍ରାମ ରୋଜଗାର ସେବକ ସୁରେନ୍ଦ୍ର ନାଏକ, ସମାଜସେବୀ ନିରଞ୍ଜନ ନାଏକ, ଉପେନ୍ଦ୍ର ନାଏକଙ୍କ ସମେତ ସମସ୍ତ ଓ୍ବାର୍ଡ ସଭ୍ୟ ସଭ୍ୟା ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.