ସିଂହପୁର ଗ୍ରାମ ପଞ୍ଚାୟତରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ସିଂହପୁର ଗ୍ରାମ ପଞ୍ଚାୟତ ପରିସରରେ “ଆମ ଓଡ଼ିଶା ନବୀନ ଓଡ଼ିଶା” ସଚେତନତା କାର୍ଯ୍ୟକ୍ରମ ସରପଞ୍ଚ ଉଛବ ପ୍ରଧାନଙ୍କ ଅନୁପସ୍ଥିତିରେ ନାଏବ ସରପଞ୍ଚ ମୀନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୂପିନ୍ଦର ସିଂ, ସମ୍ମାନୀତ ଅତିଥି ଜିଲ୍ଲା ପରିଷଦ ସଭ୍ୟା ମଞ୍ଜୁଲତା ଧରୁଆ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲକ୍ଷ୍ମଣ ପ୍ରଧାନ, ସମାଜସେବୀ ଗୋବିନ୍ଦ ପ୍ରସାଦ ଶତପଥୀ, ଶୁକ ଦେବ ସାହୁ, ସିଂହ ଳପୁର ଗ୍ରାମ ପଞ୍ଚାୟତର ପୂର୍ବତନ ତଥା ପ୍ରଥମ ସରପଞ୍ଚ ଵିଦ୍ୟାଧର ପାତ୍ର, ସମିତି ସଭ୍ୟା ଆରତୀ ବିଶ୍ଵାଳ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଆନନ୍ଦ ମହାନନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ। ଏହି ଅବସରରେ ଆମ ପଞ୍ଚାୟତର ବିକାଶ ପୁସ୍ତିକା ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଥିଲା। ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ। ଏମବିକେ ରଞ୍ଜିତା ପ୍ରଧାନ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇ ଥିଲେ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ, ଅଙ୍ଗନଓ୍ବାଡି, ପ୍ରାଣୀ ସମ୍ପଦ, ସ୍ବୟଂ ସହାୟକ ଗୋଷ୍ଠୀ ଷ୍ଟଲ ଖୋଲା ଯାଇଥିଲା। ରାଜ୍ୟ ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମକୁ ଟିଭି ମାଧ୍ୟମରେ ପ୍ରଦର୍ଶନ କରାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ବିଭିନ୍ନ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ। ସଭା କାର୍ଯ୍ୟ ପରେ ସାମ୍ବାଦିକ ସୁବ୍ରତ ସାହୁଙ୍କ ସଂଯୋଜନାରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.