ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଅହୋରାତ୍ର ଧାରଣା ପଞ୍ଚମ ଦିନରେ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (ନିଲେଶ କୁମାର ନାଗ): ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ଓ ସ୍ୱାଭିମାନର ବିକାଶ ନିମନ୍ତେ ସର୍ବଦା ଚ଼େଷ୍ଟିତ ଓଏସଇଏଫଡ଼ି(OSEFD) ଓ‌ ଓଏସଏସଇଟିଏ (OSSETA) ସଂଘର‌ ମିଳିତରେ ଗଠିତ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ମାନ୍ୟବର ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଫେବୃୟାରୀ ୯ ତାରିଖ ଠାରୁ ଭୁବନେଶ୍ୱରର ଲୋୟର ପିଏମଜି ଠାରେ ଧାରଣା ଚ଼ାଲିଥିବା ବେଳେ ଆଜି ତାହା ପଞ୍ଚମ ଦିନରେ ପହଞ୍ଚିଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚ଼ନା ସନ୍ତୋଷଜନକ ନ ଥିବାରୁ ଅହୋରାତ୍ର ଧାରଣା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଚ଼ାଲୁ ରହିବ ବୋଲି ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚର ଆବାହକ ଶ୍ରୀ ଆୟୁଷ୍ମାନ‌ ଚୋୖଧୁରୀ କହିଛନ୍ତି। ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅଛି। ଏହି ନିର୍ଦ୍ଦେଶ କୁ ଦୀର୍ଘ ଦୁଇ ବର୍ଷ ବିତିଯାଇଥିଲେ ମଧ୍ୟ ରାଜ୍ୟ ସରକାର ନିଯୁକ୍ତି ଦେଉନାହାନ୍ତି।ତତସହିତ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ
RPWD Act 2016,RTE Act 2009 ଅନୁସାରେ ନିୟମ ଓ ପ୍ରବନ୍ଧ ରହିଛି। ଓଡ଼ିଶାରେ ପ୍ରାୟ ୬୮୦୦୦ ସାଧାରଣ ବିଦ୍ୟାଳୟ ରହିଛି ଏବଂ ସେହି ବିଦ୍ୟାଳୟରେ‌ ୧ ଲକ୍ଷ ୪୬ ହଜାର ୩୬୪ ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଶିକ୍ଷା ଗ୍ରହଣ କରୁଛନ୍ତି। ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କୁ ଶିକ୍ଷା ଦେବା ପାଇଁ ଆମେମାନେ ସ୍ବତନ୍ତ୍ର ଶିକ୍ଷା ରେ ଡିପ୍ଲୋମା, ବି.ଇଡ଼ି ଏବଂ ଏମ୍.ଇଡ଼ି କରି ଭାରତୀୟ ପୁନର୍ବାସ ପରିଷଦ ରେ ନାମ ପଞ୍ଜିକରଣ କରି ଅଛୁ, ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷାର ଉନ୍ନତି ବିଷୟକୁ ସହୃଦୟତାର ସହ ନେଇ ଆମମାନଙ୍କୁ ସ୍ବତନ୍ତ୍ର ଶିକ୍ଷକ ଭାବେ ସାଧାରଣ ବିଦ୍ୟାଳୟ ରେ ନିଯୁକ୍ତି ଦେବାକୁ ରାଜ୍ୟ ସରକାରଙ୍କୁ‌ ଅନୁରୋଧ କରୁଛୁ। ଓଡ଼ିଶା ସରକାର ଯେତେ ଦିନ ପର୍ଯ୍ୟନ୍ତ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ର ବିଜ୍ଞାପନ ବାହାର କରିନାହାନ୍ତି, ସେତେ ଦିନ ଯାଏଁ ଆମେ ଧାରଣା ରେ ବସିବୁ ବୋଲି ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ କୁହାଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.