ଧରମବନ୍ଧା ଠାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ନୂଆପଡା (ରାହୁଲ ବାଗ): ନୂଆପଡା ଜିଲ୍ଲା ସଦର ବ୍ଲକ ଧରମବନ୍ଧା ପଂଚାୟତରେ ଆମ ଓଡିଶା ନବୀନ ଓଡିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୂଆପଡା ବିଡ଼ିଓ ବିପିନ ବିହାରୀ ଦୀପଙ୍କ ତତ୍ୱାବଧାନରେ ଏବଂ ଧରମବନ୍ଧା ପିଇଓ ଭୁବଲ ମାଝୀଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୂଆପଡା ପଂଚାୟତ ସମିତି ଅଧକ୍ଷା ତାରେଶ୍ବରୀ ସାହୁ, ଉପାଧକ୍ଷ ଦିଲୀପ ନିର୍ମଲକର, ସ୍ଥାନୀୟ ସରପଞ୍ଚ ଭୁବନେଶ୍ୱରୀ ଦଣ୍ଡସେନା, ସମିତି ସଭ୍ୟ, ପ୍ରମୁଖ ଯୋଗ ଦେଇ ମଂଚାସୀନ ଥିଲେ। ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପ୍ରଦର୍ଶନ କରାଯାଇଥିଲା। ଲୋକଙ୍କୁ ସଚେତନତା କରିବା ପାଇଁ ବିଭିନ୍ନ ବିଭାଗର ଦ୍ୱାରା ପ୍ରଦର୍ଶିନୀ ଷ୍ଟଲ କରାଯାଇଥିଲା। ପଂଚାୟତର ସମସ୍ତ ୱାର୍ଡ ମେମ୍ବର, ଅଙ୍ଗନବାଡି କର୍ମୀ, ଆଶା ଓ ସ୍ୱୟଂ ସହାୟକ ମହିଳା ଗୋଷ୍ଠୀ ଏହି କାର୍ଯ୍ୟକ୍ରମରେ ବିଶେଷ ଭାବେ ସହଯୋଗ କରିଥିଲେ। ଗୋଡ଼ଫୁଲା ପିଇଓ ଭାନୁ ଦଣ୍ଡସେନା ମଞ୍ଚ ପରିଚାଳନା କରିଥିବା ବେଳେ ଭାର ପ୍ରାପ୍ତ ଜିଆରଏସ ଦେଓ ଲଖନ ମାଝୀ ବିଶେଷ ଭାବେ ସହଯୋଗ କରିଥିଲେ। ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଏବଂ ନିଜର ପଂଚାୟତରେ ହୋଇଥିବା ବିକାଶଧାରା ବିଷୟରେ ଲୋକଙ୍କୁ ସଚେତନକରାଇବା ହଁ ଏହି କାର୍ଯ୍ୟକ୍ରମର ମୂଳ ଉଦେଶ୍ୟ। ସାମାଜିକ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଲୋକଙ୍କ ସମସ୍ୟାର ସମାଧାନ ହେବା ସମ୍ପୂର୍ଣ ଭାବେ ସମ୍ଭବ ବୋଲି ଅତିଥିଗଣ ମତ ପ୍ରକାଶ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.