ଭୁବନେଶ୍ବର ରାଜପଥରେ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସରସ୍ୱତୀ ପୂଜା

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (ନିଲେଶ କୁମାର ନାଗ):
ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷାର ଉନ୍ନତି ପାଇଁ ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଧାରଣାର ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଷଷ୍ଠ ଦିନରେ ଆଜି ମା’ ସରସ୍ଵତୀଙ୍କ ପୂଜା ଥିବାରୁ ବିଦ୍ୟା ଦାୟିନୀଙ୍କ ପୂଜା ଧାରଣା ସ୍ଥଳରେ ହୋଇଛି। ଏହି ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ RPWD Act 2016,RTE Act 2009 ଅନୁସାରେ ନିୟମ ଓ ପ୍ରବନ୍ଧ ରହିଛି ତତସହିତ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ‌କୁ ଦୁଇବର୍ଷରୁ ଅଧିକ ସମୟ ବିତି ଯାଇଥିଲେ ମଧ୍ୟ ରାଜ୍ୟ ସରକାର କ’ଣ ପାଇଁ ନିଯୁକ୍ତି ବାହାର କରୁନାହାଁନ୍ତି, ତାହା ସବୁଠୁ ବଡ଼ ପ୍ରଶ୍ନବାଚୀ। ଏହି ପୂଜା ଅବସରରେ ସଂଘ ପକ୍ଷରୁ କୁହାଯାଇଛି – ‘ଆମେ ରାଜ୍ୟ ସରକାର‌ଙ୍କୁ ବିନମ୍ର ନିବେଦନ କରୁଛୁ, ଆପଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷାର ବିକାଶ ବିଷୟକୁ ସହୃଦୟତାର ସହ ନେଇ ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତିର ବିଜ୍ଞାପନ ବାହାର କରନ୍ତୁ।’ 

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.