ପୁଲୱମା ଠାରେ ସହୀଦ ହୋଇଥିବା ଅମର ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ କ୍ୟାଣ୍ଡେଲ ଯାତ୍ରା

ରାଜଧାନୀ ରାଜରାସ୍ତାରେ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଗଣଧାରଣା 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (ନିଲେଶ କୁମାର ନାଗ): ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ ବୁଧବାର ସନ୍ଧ୍ୟାରେ ଭୁବନେଶ୍ବରର ଲୋୟର ପିଏମଜି ଠାରେ ପୁଲୱମା ଠାରେ ସହୀଦ ହୋଇଥିବା ଅମର ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ କ୍ୟାଣ୍ଡେଲ ଯାତ୍ରା କରିବା ସହ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷାର ଉନ୍ନତି ପାଇଁ ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟିତ୍ରୀ ରାଜଧାନୀର ଲୋୟର ପିଏମଜି ଠାରେ ଗଣଧାରଣା ଦେଇଛନ୍ତି। ଗୁରୁବାର ଏହି ଗଣଧାରଣା ସପ୍ତମ ଦିନରେ ପହଞ୍ଚିଛି। ଦାବି ପୂରଣ ନହେବା ପର୍ଯ୍ୟନ୍ତ ଗଣଧାରଣା ଜାରି ରହିବ ବୋଲି ସଂଘ ପକ୍ଷରୁ ସୂଚନା ରହିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.