ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜଗନ୍ନାଥପୁର ସରପଞ୍ଚ ମୁଗାନା ମାଝୀଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀ, ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ସଦସ୍ୟ ପରୀକ୍ଷିତ ନାଏକ, ସମିତି ସଭ୍ୟ ପ୍ରଦୀପ ମାଝୀ, ପୂର୍ବତନ ସରପଞ୍ଚ ମମିତା ମାଝୀ, ପୂର୍ବତନ ସମିତିସଭ୍ୟା ସୁଲଚନା ହରିଜନ, ପୂର୍ବତନ ନାଏବ ସରପଞ୍ଚ ମହେଶ୍ୱର ଦଳେଇ, ନିର୍ବାହୀ ଯନ୍ତ୍ରୀ ଗୋଲକ ବିହାରି ଭୋଇ, ନାଏବ ସରପଞ୍ଚ କୌଶଲ୍ୟା ବାତ୍ରା ପ୍ରମୁଖ ମଞ୍ଚାସୀନ ଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ତାପସ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସାମ୍ବାଦିକ ଗୋପାଳ ଦାସ ମହାନନ୍ଦ ପରିଚାଳନା କରିଥିବାବେଳେ ଅତିଥିମାନେ ବିଭିନ୍ନ ବିଭାଗର ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ବିସ୍ତୃତ ଭାବରେ ବୁଝାଇଥିବା ବେଳେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ। ଏଥିରେ ବିଭିନ୍ନ ବିଭାଗ ପକ୍ଷରୁ ଷ୍ଟଲ ଖୋଲି ଅଧିକାରୀ ନିଜ ବିଭାଗ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମକୁ ରୋଜଗାର ସେବକ ଡମ୍ୱରୁଧର ହରିଜନ, ୱାର୍ଡ ସଭ୍ୟ, ସଭ୍ୟା, ଏମବିକେ, ସିଆରପି, ଅଙ୍ଗନୱାଡି କର୍ମୀ, ଆଶା କର୍ମୀ, ସମସ୍ତ ଗାଁସାଥି ସମେତ ପଞ୍ଚାୟତର କର୍ମଚାରୀମାନେ ପରିଚାଳନାରେ ସହଯୋଗ କରିଥିଲେ।