ଘଣ୍ଟମାଳ ୟୁପି ସ୍କୁଲର ସପ୍ତମ ବାର୍ଷିକ ଉତ୍ସବ 

ଶିକ୍ଷା ହିଁ ଜୀବନର ମୂଳମନ୍ତ୍ର ଉମେଶ ଚନ୍ଦ୍ର ଶତପଥି

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ୍ ଅଧିନସ୍ଥ ଘଣ୍ଟମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ବାର୍ଷିକ ଉତ୍ସବ ସମାପନ ହୋଇଯାଇଛି । ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରୀବିକ୍ରମ ଷଢଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନର୍ଲା ବ୍ଲକ ଶିକ୍ଷାଧିକାରୀ ତପିମଣି ଜାନୀ ଯୋଗଦାନ କରିଥିଲେ । ଶୁକ୍ରବାର ଅନୁଷ୍ଠିତ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ପ୍ରଥମେ ଅତିଥି ବୃନ୍ଦ ଦୀପ ପ୍ରଜ୍ୱଳନ କରିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ପ୍ରଧାନ ଶିକ୍ଷକ ଶ୍ରୀ ଷଢଙ୍ଗୀ ସ୍ୱାଗତ ଭାଷଣ ଦେବା ସହ ବାର୍ଷିକ ବିବରଣୀ ପଠନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ବରିଷ୍ଠ ସାମ୍ୱାଦିକ ଲିଙ୍ଗରାଜ ମିଶ୍ର,ଘଣ୍ଟମାଳ ଯୁବ ଉଦ୍ୟୋଗୀ ସରପଞ୍ଚ ଦେବେନ୍ଦ୍ର ସା, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଗୋବର୍ଦ୍ଧନ ମାଝୀ, ସୂର୍ଯ୍ୟଦେବ ବାଗ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଉଲିଶିର୍କା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନେପାଳ ସାହୁ, ବିଶିଷ୍ଟ କଣ୍ଠ ଶିଳ୍ପି ଜଗନ୍ନାଥ ତ୍ରିପାଠୀ, ବିଦ୍ୟାଳୟ ପରିଚାଳନା ସମିତିର ସଭାନେତ୍ରୀ କାନ୍ତି କୁମାରୀ ମାଝୀ ପ୍ରମୁଖ ଯୋଗଦାନ କରି ମାର୍ଗଦର୍ଶନ ଦେଇଥିଲେ । ମୁଖ୍ୟବକ୍ତା ଭାବରେ ସତ୍ୟସାଇ ବିଦ୍ୟାଳୟ ଭବାନୀପାଟଣାର ଅଧ୍ୟକ୍ଷ ଶିକ୍ଷାବିତ ଡ଼.ଉମେଶ ଚନ୍ଦ୍ର ଶତପଥୀ ଯୋଗଦାନ କରି ଶିକ୍ଷା ହିଁ ଜୀବନର ମୂଳ ମନ୍ତ୍ର ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ । ଅନ୍ୟ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ମଧ୍ୟରେ ରେଖା ଖେତାନ, ଅମ୍ବିକା ପଣ୍ଡା, ଗୁଣ୍ଡିଚାରାଣୀ ବାଡତ୍ୟା, ଜୟଶ୍ରୀ ଗୋଛାୟତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । କେସପଲା ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ହରିଅର୍ଜୁନ ସିଂ ମଞ୍ଚ ପରିଚାଳନା କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିଲେ। ଗତ ମାସରେ ଅନୁଷ୍ଠିତ ହୋଇଥିବା ବିଦ୍ୟାଳୟର ବାର୍ଷିକ କ୍ରୀଡାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମର ଦ୍ୱିତୀୟ ଅଧିବେସନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଷଢଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.