ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର କର୍ଲାମୁଣ୍ଡାର ୧୮ ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ସଭାପତି ସୁଦର୍ଶନ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭା ସାଂସଦ ସୁଜିତ କୁମାର, ମୁଖ୍ୟ ବକ୍ତା ଭାବେ ସହ ଜିଲ୍ଲା ପ୍ରମୁଖ ମନ୍ନ୍ମଥ କୁମାର ମିଶ୍ର, ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ଯକ୍ଷ ସୁରେନ୍ଦ୍ର ଭୋଇ, ବ୍ଲକ ଅଧକ୍ଷ୍ୟା କୁନି ସାହୁ, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା ଓ ସୁରେଶ ଚୌଧୁରୀ, ଶିଶୁମନ୍ଦିରର ସମ୍ପାଦକ କାହ୍ନୁ ଚରଣ ସାହୁ, ପ୍ରଧାନ ଆଚାର୍ଯ୍ୟ ଶାନ୍ତନୁ ମିଶ୍ର ପ୍ରମୁଖ ଯୋଗ ଦେଇ ଉତ୍ତମ ମଣିଷ ତିଆରିରେ ଗୁରୁଜୀ ଗୁରୁମାଙ୍କ ସହିତ ଅଭିଭାବକ ଅଭିଭାବିକା ମାନଙ୍କ ମଧ୍ୟ ସମାନ ଭୂମିକା ରହିଛି ବୋଲି ମତବ୍ୟକ୍ତ କରିଥିଲେ। ଏଥିରେ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଭାଇ ଭଉଣୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ଗୁରୁଜୀ ଗୁରୁମା, ଅଭିଭାବକ ଅଭିଭାବିକା, ପରିଚାଳନା ସମିତିର କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ। ଭଉଣୀ ଭାଇ ମାନଙ୍କ ଦ୍ଵାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକ ମାନଙ୍କ ମନ ମୋହିଥିଲା। କାଯ୍ୟକ୍ରମ ପରିଚାଳନାରେ ସମସ୍ତ ଗୁରୁଜୀ ଗୁରୁମା ଓ ପରିଚାଳନା କମିଟି ସହଯୋଗ କରିଥିଲେ।





