ମାନିଗୁଡା ଓ ପଏଁର ଠାରେ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ନୂଆପଡା ଜିଲ୍ଲା କୋମନା ବ୍ଲକ ମାନିଗୁଡା ଓ ପଏଁର ପଂଚାୟତରେ ଆମ ଓଡିଶା ନବୀନ ଓଡିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | କୋମନା ବିଡ଼ିଓ ହିତାଂଶୁ ଶେଖର ସାମଲଙ୍କ ତତ୍ୱାବଧାନରେ ଏବଂ ମାନିଗୁଡା ପିଇଓ ନିମେଶ ସାହୁଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧକ୍ଷା ଦୀପିକା ଦୀପ, କୋମନା ପଂଚାୟତ ସମିତି ଅଧକ୍ଷା ଅନୁସୂୟା କୁମ୍ଭାର, ଏଵିଡିଓ ଭକ୍ତବନ୍ଧୁ ବୁଡ଼େକ, ସରପଞ୍ଚ ଯୋଗେନ୍ଦ୍ର ବାଗ, ସମିତିସଭ୍ୟା କୃଷ୍ଣଚନ୍ଦ୍ର ବେମାଲ ପ୍ରମୁଖ ଯୋଗ ଦେଇ ମଂଚାସୀନ ଥିଲେ | ଜିଆରଏସ ନମିତା ଶବର କାର୍ଯ୍ୟକ୍ରମରେ ସହଯୋଗ ପ୍ରଦାନ କରିଥିଲେ | ସେହିପରି ପଏଁର ଠାରେ ମଧ୍ୟ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | କୋମନା ବିଡ଼ିଓ ହିତାଂଶୁ ଶେଖର ସାମଲଙ୍କ ତତ୍ୱାବଧାନରେ ଏବଂ ପିଇଓ ଗିରିଧାରୀ ହରିଜନଙ୍କ ଅଧକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦ ଉପାଧକ୍ଷା ଦୀପିକା ଦୀପ, କୋମନା ପଂଚାୟତ ସମିତି ଅଧକ୍ଷା ଅନୁସୂୟା କୁମ୍ଭାର, ଉପାଧକ୍ଷ ତଥା ପଏଁର ସମିତି ସଭ୍ୟ ଜୟଦେବ ପ୍ରଧାନ, ସ୍ଥାନୀୟ ସରପଞ୍ଚ ପୁଷ୍ପାଞ୍ଜଳୀ ନାଗ, ଠକପାଲି ସରପଞ୍ଚ ସନ୍ତୋଷୀ ସୁନା, କୁରେଶ୍ୱର ସରପଞ୍ଚ ବିଜୟଲକ୍ଷ୍ମୀ ବରାଳ, ଟିକ୍ରାପଡା ସରପଞ୍ଚ ଯମୁନା ତାଣ୍ଡି, କୋନାବିରା ସରପଞ୍ଚ ମିଥିଲା ନାୟକ, ନାୟକ ସରପଞ୍ଚ ମଥୁରା ସାଗରିଆ ପ୍ରମୁଖ ଉପସ୍ଥିତ ରହି ମଂଚାସୀନ ଥିଲେ | ଜିଆରଏସ ପିତାମ୍ଭାର ତାଣ୍ଡି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ | ଏହି କାର୍ଯ୍ୟକ୍ରମ ବିଭିନ୍ନ ଅନୁଷ୍ଠାନ ସ୍ଥାନୀୟ ବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ନୃତ୍ୟ ପରିବେଶଣ କରିଥିଲେ | ତେବେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଏବଂ ନିଜର ପଂଚାୟତରେ ହୋଇଥିବା ବିକାଶଧାର ବିଷୟରେ ଲୋକଙ୍କୁ ସଚେତନତା କରାଇବା ହିଁ ଏହି କାର୍ଯ୍ୟକ୍ରମର ମୂଳ ଉଦେଶ୍ୟ | ସାମାଜିକ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଲୋକଙ୍କ ସମସ୍ୟାର ସମାଧାନ ହେବା ସମ୍ପୂର୍ଣ ଭାବେ ସମ୍ଭବ ବୋଲି ଅତିଥିଗଣ ମତ ପ୍ରକାଶ କରିଥିଲେ |

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.