କେରମେଲୀ ଠାରେ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ନୂଆପଡା ଜିଲ୍ଲା ସଦର ବ୍ଲକ କେରମେଲୀ ପଂଚାୟତରେ ଆମ ଓଡିଶା ନବୀନ ଓଡିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୂଆପଡା ବିଡ଼ିଓ ବିପିନ ବିହାରୀ ଦୀପଙ୍କ ତତ୍ୱାବଧାନରେ ଏବଂ କେରମେଲୀ ପିଇଓ ପବିତ୍ର ମୋହଣ ସାହୁଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ହୀରାଲାଲ ମାଝୀ, ସ୍ଥାନୀୟ ସମିତି ସଭ୍ୟା ଭଗବତୀ ମାଝୀ, ନାଏକ ସରପଞ୍ଚ ଅସମତି ମାଝୀ, କେରମେଲୀ ହାଇସ୍କୁଲ ପ୍ରଧାନ ଶିକ୍ଷକ ଦୀନେଶ ପଟେଲ, ସମାଜସେବୀ ମଙ୍ଗଳସିଂ ମାଝୀ, ଲାଳେଶ୍ୱର ମାଝୀ, ଅଙ୍ଗନବାଡି ସୁପରଭାଇଜାର ହିନ୍ଧୁମୁଖି ଦଣ୍ଡସେନା ମଂଚାସୀନ ଥିଲେ। ଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପ୍ରଦର୍ଶନ କରାଯାଇଥିଲା। ଲୋକଙ୍କୁ ସଚେତନତା କରିବା ପାଇଁ ବିଭିନ୍ନ ବିଭାଗର ଦ୍ୱାରା ପ୍ରଦର୍ଶିନୀ ଷ୍ଟଲ କରାଯାଇଥିଲା। ଜିଆରଏସ ଦୀନେଶ ପାଣ୍ଡେ, ପଂଚାୟତର ସମସ୍ତ ୱାର୍ଡ ମେମ୍ବର, ଅଙ୍ଗନବାଡି କର୍ମୀ, ଆଶା ଓ ସ୍ୱୟଂ ସହାୟକ ମହିଳା ଗୋଷ୍ଠୀ ଏହି କାର୍ଯ୍ୟକ୍ରମରେ ବିଶେଷ  ସହଯୋଗ କରିଥିଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.