ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାରୁ ୬୨ ଜଣ କଲେ ଯାତ୍ରା

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ରାଜ୍ୟ ସରକାରଙ୍କ ନାଗରିକ ତୀର୍ଥ ଯାତ୍ରା ଯୋଜନା ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲାର ୬୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ଯାତ୍ରୀବାହୀ ବସକୁ ଜିଲ୍ଲାପାଳ ଅନ୍ୟା ଦାଶ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିବା ସହ ସଫଳ ଯାତ୍ରା ନିମନ୍ତେ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ସୋନପୁର ପୌରପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ, ଜିଲ୍ଲା ସ୍ତରୀୟ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହି ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ସଫଳ ତୀର୍ଥ ଭ୍ରମଣ ପୂର୍ବକ ଅପୂର୍ବ ଦିବ୍ୟ ଦର୍ଶନର ଅନୁଭବ ନିମନ୍ତେ ଶୁଭ କାମନା କରି ଉତ୍ସାହିତ କରିଥିଲେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସହଦେଵ ମେହେର ଓ କପିଳ ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାରୁ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ଏହି ବସ ଆଜି ସନ୍ଧ୍ୟାରେ ସମ୍ବଲପୁର ପର୍ଶୁରାମ ଭବନରେ ପହଂଚି ରାତ୍ରୀ ରହଣି କରିବ। ଆସନ୍ତା କାଲି ସକାଳ ୧୧ ଘଣ୍ଟା ୧୫ ମିରେ ସରକାରଙ୍କ ଦ୍ୱାରା ବ୍ୟବସ୍ଥିତ ସ୍ୱତନ୍ତ୍ର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ ସୁବର୍ଣ୍ଣପୁର ଜିଲ୍ଲାର ୪୦ଜଣ ପୁରୁଷ ଓ ୨୨ ଜଣ ମହିଳା ବରିଷ୍ଠ ତୀର୍ଥ ଯାତ୍ରୀଙ୍କ ସହ ପଡୋଶୀ ୮ ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ ଅଜମେର ଓ ପୁଷ୍କର ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.