ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ନୂଆପଡା ଜିଲ୍ଲା ସଦର ବ୍ଲକ ଭାଲେଶ୍ୱର ପଂଚାୟତରେ ଆମ ଓଡିଶା ନବୀନ ଓଡିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ନୂଆପଡା ବିଡ଼ିଓ ବିପିନ ବିହାରୀ ଦୀପଙ୍କ ତତ୍ୱାବଧାନରେ ଏବଂ ଭାଲେଶ୍ୱର ପିଇଓ ଶୈଳେନ୍ଦ୍ର ମାଝୀଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସରୋଜ ବାଇ ଅଗ୍ରୱାଲ, ସ୍ଥାନୀୟ ସମିତି ସଭ୍ୟ ଟିକେଶ୍ୱର ନାୟକ, ସମାଜସେବୀ ପ୍ରେମ ଅଗ୍ରୱାଲ, ପୂର୍ବତନ ବ୍ଲକ ଅଧକ୍ଷ ଭୋଳାନାଥ ଚନ୍ଦ୍ରକାର, ସମାଜସେବୀ କିଶୋର ଭୋଇ, ଶାନ୍ତିଲାଲ ସାହୁ ପ୍ରମୁଖ ଯୋଗ ଦେଇ ମଂଚାସୀନ ଥିଲେ | ତେବେ ପ୍ରତାପ ମେଲୋଡି ଗ୍ରୁପ ଦ୍ୱାରା ମଞ୍ଚ ଏବଂ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା | ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପ୍ରଦର୍ଶନ କରାଯାଇଥିଲା | ଲୋକଙ୍କୁ ସଚେତନତା କରିବା ପାଇଁ ବିଭିନ୍ନ ବିଭାଗର ଦ୍ୱାରା ପ୍ରଦର୍ଶିନୀ ଷ୍ଟଲ କରାଯାଇଥିଲା | ପଂଚାୟତର ସମସ୍ତ ୱାର୍ଡ ମେମ୍ବର, ଅଙ୍ଗନବାଡି କର୍ମୀ, ଆଶା ଓ ସ୍ୱୟଂ ସହାୟକ ମହିଳା ଗୋଷ୍ଠୀ ଏହି କାର୍ଯ୍ୟକ୍ରମରେ ବିଶେଷ ଭାବେ ସହଯୋଗ କରିଥିଲେ | ଭାଲେଶ୍ୱର ଜିଆରଏସ ଧରମୁ ଶବର ବିଶେଷ ଭାବେ ସହଯୋଗ କରିଥିଲେ | ତେବେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଏବଂ ନିଜର ପଂଚାୟତରେ ହୋଇଥିବା ବିକାଶଧାରା ବିଷୟରେ ଲୋକଙ୍କୁ ସଚେତନକରାଇବା ହଁ ଏହି କାର୍ଯ୍ୟକ୍ରମର ମୂଳ ଉଦେଶ୍ୟ | ସାମାଜିକ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଲୋକଙ୍କ ସମସ୍ୟାର ସମାଧାନ ହେବା ସମ୍ପୂର୍ଣ ଭାବେ ସମ୍ଭବ ବୋଲି ଅତିଥିଗଣ ମତ ପ୍ରକାଶ କରିଥିଲେ |