ଗଣ୍ଡାମେରଠାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ନୂଆପଡା ଜିଲ୍ଲା କୋମନା ବ୍ଲକ ଗଣ୍ଡାମେର ପଂଚାୟତରେ ଆମ ଓଡିଶା ନବୀନ ଓଡିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | କୋମନା ବିଡ଼ିଓ ହିମାଂଶୁ ଶେଖର ସାମଲଙ୍କ ତତ୍ୱାବଧାନରେ ଏବଂ ଗଣ୍ଡାମେର ପିଇଓ ଭୂଷଣଲାଲ ମାଝୀଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଅବନୀ ରଞ୍ଜନ ଯୋଶୀ, ଏବିଡ଼ିଓ କୋମନା ଭକ୍ତବନ୍ଧୁ ବୁଡ଼େକ, ସ୍ଥାନୀୟ ଭାରପ୍ରାପ୍ତ ସରପଞ୍ଚ ରମ୍ଭାବତୀ ଶବର, ସ୍ଥାନୀୟ ସମିତି ସଭ୍ୟ କେଶବ ନିଆଲ, ସମାଜସେବୀ କିଶୋର ନିଆଲ ପ୍ରମୁଖ ଯୋଗ ଦେଇ ମଂଚାସୀନ ଥିଲେ | ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପ୍ରଦର୍ଶନ କରାଯାଇଥିଲା | ଲୋକଙ୍କୁ ସଚେତନତା କରିବା ପାଇଁ ବିଭିନ୍ନ ବିଭାଗର ଦ୍ୱାରା ପ୍ରଦର୍ଶିନୀ ଷ୍ଟଲ କରାଯାଇଥିଲା | ପଂଚାୟତର ସମସ୍ତ ୱାର୍ଡ ମେମ୍ବର, ଅଙ୍ଗନବାଡି କର୍ମୀ, ଆଶା ଓ ସ୍ୱୟଂ ସହାୟକ ମହିଳା ଗୋଷ୍ଠୀ ଏହି କାର୍ଯ୍ୟକ୍ରମରେ ବିଶେଷ ଭାବେ ସହଯୋଗ କରିଥିଲେ | ଗଣ୍ଡାମେର ଜିଆରଏସ ଭୂପେନ୍ଦ୍ର ବାରିକ ବିଶେଷ ଭାବେ ସହଯୋଗ କରିଥିଲେ | ତେବେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଏବଂ ନିଜର ପଂଚାୟତରେ ହୋଇଥିବା ବିକାଶଧାରା ବିଷୟରେ ଲୋକଙ୍କୁ ସଚେତନକରାଇବା ହଁ ଏହି କାର୍ଯ୍ୟକ୍ରମର ମୂଳ ଉଦେଶ୍ୟ | ସାମାଜିକ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଲୋକଙ୍କ ସମସ୍ୟାର ସମାଧାନ ହେବା ସମ୍ପୂର୍ଣ ଭାବେ ସମ୍ଭବ ବୋଲି ଅତିଥିଗଣ ମତ ପ୍ରକାଶ କରିଥିଲେ |

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.