ନୂଆପଡା ଏନଏସି ଠାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ନୂଆପଡା ଜିଲ୍ଲା ସଦର ଏନଏସିରେ ଆମ ଓଡିଶା ନବୀନ ଓଡିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ନୂଆପଡା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ (ଇଓ) ଚନ୍ଦନ କୁମାର ଶତପଥୀଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡିଶା ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ସଦର ମହକୁମା ଏନଏସି ଅଧକ୍ଷ ମହମ୍ମଦ ଆଦମ, ଉପାଧକ୍ଷା ପ୍ରତିନିଧି ହରିଶ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗ ଦେଇ ମଂଚାସୀନ ଥିଲେ | ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପ୍ରଦର୍ଶନ କରାଯାଇଥିଲା | ଲୋକଙ୍କୁ ସଚେତନତା କରିବା ପାଇଁ ବିଭିନ୍ନ ବିଭାଗର ଦ୍ୱାରା ପ୍ରଦର୍ଶିନୀ ଷ୍ଟଲ କରାଯାଇଥିଲା | ସହରାଞ୍ଚଳର ସମସ୍ତ କାଉନସିଲର ସଭ୍ୟ ସଭ୍ୟା ଗଣ, ଅଙ୍ଗନବାଡି କର୍ମୀ, ଆଶା ଓ ସ୍ୱୟଂ ସହାୟକ ମହିଳା ଗୋଷ୍ଠୀ, ଏନଏସି କର୍ମଚାରୀ ଏହି କାର୍ଯ୍ୟକ୍ରମରେ ବିଶେଷ ଭାବେ ସହଯୋଗ କରିଥିଲେ | ଯାଜ୍ଞଶିନୀ ମହାପାତ୍ର ମଞ୍ଚ ପରିଚାଳନା କରିଥିବା ବେଳେ ସିଓ ସୁରଭି ପାଣିଗ୍ରାହୀ, କର୍ମଚାରୀ ଅମିତ ରାଉଲ, ସୁମିତ୍ରା ପାଢ଼ୀ ବିଶେଷ ଭାବେ ସହଯୋଗ କରିଥିଲେ | ତେବେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଏବଂ ନିଜର ପଂଚାୟତରେ ହୋଇଥିବା ବିକାଶଧାରା ବିଷୟରେ ଲୋକଙ୍କୁ ସଚେତନକରାଇବା ହଁ ଏହି କାର୍ଯ୍ୟକ୍ରମର ମୂଳ ଉଦେଶ୍ୟ | ସାମାଜିକ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଲୋକଙ୍କ ସମସ୍ୟାର ସମାଧାନ ହେବା ସମ୍ପୂର୍ଣ ଭାବେ ସମ୍ଭବ ବୋଲି ଅତିଥିଗଣ ମତ ପ୍ରକାଶ କରିଥିଲେ |

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.