ଖୁଟମନଭେରା ଠାରେ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ନୂଆପଡା ଜିଲ୍ଲା ସଦର ବ୍ଲକ ଖୁ୍ଟମନଭେରା ପଂଚାୟତରେ ଆମ ଓଡିଶା ନବୀନ ଓଡିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ନୂଆପଡା ବିଡ଼ିଓ ବିପିନ ବିହାରୀ ଦୀପଙ୍କ ତତ୍ୱାବଧାନରେ ଏବଂ ଖୁଟମନଭେରା ପିଇଓ ଦୁଃଖିଶ୍ୟାମ ପ୍ରଧାନଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆମ ନୂଆପଡା ପଂଚାୟତ ସମିତି ଅଧକ୍ଷା ତାରେଶ୍ବରୀ ସାହୁ, ସମ୍ମାନିତ ଅତିଥି ଜିଲ୍ଲା ପରିଷଦ ସଭ୍ୟା ଉମା ଠାକୁର, ସ୍ଥାନୀୟ ସରପଞ୍ଚ ଚମନଲାଲ ପାଣ୍ଡେ , ସ୍ଥାନୀୟ ସମିତି ସଭ୍ୟ ତାତୁରାମ ପାଣ୍ଡେ, ସମାଜସେବୀ ନୀଳମ୍ଭାର କୁଲଦୀପ, ପୂର୍ବତନ ସରପଞ୍ଚ କଳ୍ପନା କୁଲଦୀପ ପ୍ରମୁଖ ଯୋଗ ଦେଇ ମଂଚାସୀନ ଥିଲେ | ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପ୍ରଦର୍ଶନ କରାଯାଇଥିଲା | ଲୋକଙ୍କୁ ସଚେତନତା କରିବା ପାଇଁ ବିଭିନ୍ନ ବିଭାଗର ଦ୍ୱାରା ପ୍ରଦର୍ଶିନୀ ଷ୍ଟଲ କରାଯାଇଥିଲା | ପଂଚାୟତର ସମସ୍ତ ୱାର୍ଡ ମେମ୍ବର, ଅଙ୍ଗନବାଡି କର୍ମୀ, ଆଶା ଓ ସ୍ୱୟଂ ସହାୟକ ମହିଳା ଗୋଷ୍ଠୀ ଏହି କାର୍ଯ୍ୟକ୍ରମରେ ବିଶେଷ ଭାବେ ସହଯୋଗ କରିଥିଲେ | ଖୁ୍ଟମନଭେରା ଜିଆରଏସ ବ୍ରଜକିଶୋର ମହାନ୍ତି ବିଶେଷ ଭାବେ ସହଯୋଗ କରିଥିଲେ | ତେବେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଏବଂ ନିଜର ପଂଚାୟତରେ ହୋଇଥିବା ବିକାଶଧାରା ବିଷୟରେ ଲୋକଙ୍କୁ ସଚେତନକରାଇବା ହଁ ଏହି କାର୍ଯ୍ୟକ୍ରମର ମୂଳ ଉଦେଶ୍ୟ | ସାମାଜିକ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଲୋକଙ୍କ ସମସ୍ୟାର ସମାଧାନ ହେବା ସମ୍ପୂର୍ଣ ଭାବେ ସମ୍ଭବ ବୋଲି ଅତିଥିଗଣ ମତ ପ୍ରକାଶ କରିଥିଲେ |

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.