ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ନୂଆପଡା ଜିଲ୍ଲା କୋମନା ବ୍ଲକ କାଣ୍ଡେତରା ପଂଚାୟତରେ ଆମ ଓଡିଶା ନବୀନ ଓଡିଶାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | କୋମନା ବିଡ଼ିଓ ହିତାଂଶୁ ଶେଖର ସାମଲଙ୍କ ତତ୍ୱାବଧାନରେ ଏବଂ କାଣ୍ଡେତରା ପିଇଓ କାର୍ତ୍ତିକ ଚନ୍ଦ୍ର ରଥଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଅବନୀ ରଞ୍ଜନ ଯୋଶୀ, ସମ୍ମାନିତ ଅତିଥି ଭାବେ ଏଵିଡିଓ ଭକ୍ତବନ୍ଧୁ ବୁଡ଼େକ, ସ୍ଥାନୀୟ ସରପଞ୍ଚ କଲ୍ୟାଣୀ ଦାଶ, ସ୍ଥାନୀୟ ସମିତି ସଭ୍ୟା ରାମବତୀ ଶବର, ସମାଜସେବୀ ମୁସ୍ତଫା ଖାନ, ଅଜୟ ଗହୀର, ସୁରେଶ କୁମାର ଦଣ୍ଡସେନା, ସୁରେନ୍ଦ୍ର ଦାଶ ଯୋଗ ଦେଇ ମଂଚାସୀନ ଥିଲେ | ତେବେ ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପ୍ରଦର୍ଶନ କରାଯାଇଥିଲା | ଲୋକଙ୍କୁ ସଚେତନତା କରିବା ପାଇଁ ବିଭିନ୍ନ ବିଭାଗର ଦ୍ୱାରା ପ୍ରଦର୍ଶିନୀ ଷ୍ଟଲ କରାଯାଇଥିଲା | ପଂଚାୟତର ସମସ୍ତ ୱାର୍ଡ ମେମ୍ବର, ଅଙ୍ଗନବାଡି କର୍ମୀ, ଆଶା ଓ ସ୍ୱୟଂ ସହାୟକ ମହିଳା ଗୋଷ୍ଠୀ ଏହି କାର୍ଯ୍ୟକ୍ରମରେ ବିଶେଷ ଭାବେ ସହଯୋଗ କରିଥିଲେ | କାଣ୍ଡେତରା ଜିଆରଏସ ଭୂପେନ୍ଦ୍ର ବାରିକ ବିଶେଷ ଭାବେ ସହଯୋଗ କରିଥିଲେ | ତେବେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଏବଂ ନିଜର ପଂଚାୟତରେ ହୋଇଥିବା ବିକାଶଧାରା ବିଷୟରେ ଲୋକଙ୍କୁ ସଚେତନକରାଇବା ହଁ ଏହି କାର୍ଯ୍ୟକ୍ରମର ମୂଳ ଉଦେଶ୍ୟ | ସାମାଜିକ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଲୋକଙ୍କ ସମସ୍ୟାର ସମାଧାନ ହେବା ସମ୍ପୂର୍ଣ ଭାବେ ସମ୍ଭବ ବୋଲି ଅତିଥିଗଣ ମତ ପ୍ରକାଶ କରିଥିଲେ |