ଧର୍ମଗଡ଼ରେ ବିଜେଡ଼ିର ମିଶ୍ରଣ ପର୍ବ; ଦଳରେ ସାମିଲ ହେଲେ ଅନିରୁଦ୍ଧ ଲହଜଲ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି: ଆଜି ଧର୍ମଗଡ ବିଜୁ କଲ୍ୟାଣ ମଣ୍ଡପ ଠାରେ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଧର୍ମଗଡ଼ ନିର୍ବାଚନ ମଣ୍ଡଳୀର ଉଦୀୟମାନ ଯୁବ ନେତୃତ୍ବ ଅନିରୁଦ୍ଧ ଲହଜଲ କଳାହାଣ୍ଡି ଜିଲ୍ଲା ବିଜେଡ଼ି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ଓ ଧର୍ମଗଡ଼ ବିଧାୟକ ମୌଷଧି ବାଗଙ୍କ ଉପସ୍ଥିତିରେ ଶତାଧିକ ଲୋକଙ୍କ ସହ ବିଜେଡ଼ିରେ ସାମିଲ ହୋଇଛନ୍ତି। ଶ୍ରୀ ଲହଜଲ ଜନତାଙ୍କ ସେବାରେ ନିଜ ଜୀବନକୁ ଉତ୍ସର୍ଗ କରି ଧର୍ମଗଡ଼ ନିର୍ବାଚନ ମଣ୍ଡଳୀରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି। ସେ ଧର୍ମଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଯାଦବ ମହାସଭାର ସଭାପତି ଥିବାବେଳେ ଅନେକ ଅନୁଷ୍ଠାନ ସହ ଜଡ଼ିତ ହୋଇ ରହିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଭାବମୂର୍ତ୍ତି ସହ ଫାଇବ୍-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ କାର୍ଯ୍ୟଧାରାରେ ପ୍ରଭାବିତ ହୋଇ ବିଦ୍ଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ବୋଲି ଅନିରୁଦ୍ଧ ଲହଜଲ ନିଜ ପ୍ରତିକ୍ରିୟାରେ କହିଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.