ରିଜର୍ଭ ବ୍ୟାଙ୍କ ତରଫରୁ ବମକ ଗ୍ରାମ ପଞ୍ଚାୟତରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ଓଡିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗରେ ମ.ରାମପୁର ବ୍ଲକର ବମକ ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସରପଞ୍ଚ ରୋମାଞ୍ଚ ସାହୁ, ବିଜୟ କୁମାର ସାମଲ, ବମକ ଗ୍ରାମପଞ୍ଚାୟତ ପି ଇ ଓ , ସମିତି ସଭ୍ୟ। ସଂଗୀତା ମାଝୀ, ନାଏବ ସରପଞ୍ଚ ଯୁବରାନୀ ସାହୁ, ଏମବିଜେ ନିଲେନ୍ଦ୍ରି ସାହୁ ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍ ଘାଟନ କରିଥିଲେ। ଏହି କର୍ମଶାଳାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା। କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତାର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତିମାନେ ଅଂଶ ଗ୍ରହଣକାରୀ ମାନଙ୍କୁ ବୁଝାଇଥିଲେ। ବିଭିନ୍ନ ଅଜଣା ନମ୍ବରରୁ ଆସୁଥିବା ଫୋନରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା। ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚକୁ ଆକଳନ କରି ପରିବାରକୁ ଠିକ୍ ଭାବେ ପରିଚାଳନା କରିପାରିବେ। କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ ଓ ମମିତା ପୁଝାରୀ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ। ମମିତା ପୁଝାରୀ, ସାବିତ୍ରୀ ସାହୁ, ନିଲେନ୍ଦ୍ରୀ ସାହୁ, ପୂର୍ଣ୍ଣିମା ବଗର୍ତ୍ତୀ ଓ ଗ୍ରାମ ପଞ୍ଚାୟତ ର କର୍ମ କର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କର୍ମଶାଳାରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ, ଗୋଷ୍ଠୀ ସହାୟିକା, ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀରୁ ୬୫ ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.