ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ଉଦଘାଟନ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୋନପୁର ଠାରେ ନୂତନ ଭାବେ ତିଆରି ହୋଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୋଠାର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୧୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତଏହି ୩ ଶହ ଶଯ୍ୟା ବିଶିଷ୍ଟ ନୂଆ ଜିଲ୍ଲା ମୁଖ୍ୟ ଚିକତ୍ସାଳୟ କୋଠାକୁ ସୋମ‌ବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କରିଥିବା ବେଳେ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ। ଏହି ଅବସରରେ ସୋନପୁର ର‌ୟାଲ ପଡ଼ିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ରନାଥ କହଁର, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ପରିଷଦ ସଭାପତି ସୁପାର ଠେଲା, ମ୍ୟୁନିସିପାଲଟି ଅଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ବିଶ୍ୱରଞ୍ଜନ ପତି, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଦାମୋଦର କୈବର୍ତ୍ତଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.