ବଢିଲା ଗଣଶିକ୍ଷକଙ୍କ ବେତନ, ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): OTET ପାସ୍ କରିଥିବା ଗଣଶିକ୍ଷକ ମାନେ ହେବେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ। OTET ପାସ୍ କରି ନଥିବା ଗଣଶିକ୍ଷକଙ୍କ ପାରିଶ୍ରମିକରେ ବୃଦ୍ଧି ହୋଇଛି । OTET ପାସ୍ କରିଥିବା ଏକ୍ସ କ୍ୟାଡ଼ର ସହକାରୀ ଶିକ୍ଷକ ମାନେ ପାଇବେ ବାର୍ଷିକ ଇନ୍‌କ୍ରିମେଣ୍ଟ ହୋଇଛି । ଫଳରେ ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ । 5-T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଦିଆଯାଇଥିଲା ପ୍ରସ୍ତାବ ।

ସୂଚନାଯୋଗ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେବେ । ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେବେ । ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.