ଆଉଟସୋର୍ସିଂ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (ନିଲେଶ କୁମାର ନାଗ): ସର୍ଭିସ୍ ଯୋଗାଣ ସଂସ୍ଥା ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣୀ ବ୍ୟବସ୍ଥା ତଥା ଠିକ୍‌ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ।

Omkar Vasthu
Omkar Vasthu

ସୂଚନାଯୋଗ୍ୟ ଯେ ଏହି ଆଉଟସୋର୍ସିଂ କର୍ମଚାରୀମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଭେଟି ଦାବି ଜଣାଇଥିଲେ। ତଦ୍‌ନୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Pearl dental clinic
Near Ashish Medical Store, Bhawanipatna

୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା। ୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩. ଆଉଟସୋର୍ସିଂ  କର୍ମଚାରୀ ଓ ସର୍ଭିସ ପ୍ରୋଭାଇଡର ଏଜେନ୍ସି ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ ଓଡ଼ିଶା ଷ୍ଟେଟ ଆଉଟସୋର୍ସିଂ ଏମ୍ପାଇଜ ଓମ୍ବୁଡସମେନ ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକହଜାର ଟଙ୍କା ମିଳିବ। ୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି ନେଇପାରିବେ। ୬. ଆଉଟସୋର୍ସିଂ କର୍ମଚାରୀ ତଥା ସର୍ଭିସ ପ୍ରୋଭାଇଡର ଏଜେନ୍ସିର ଅଭିଯୋଗ ଶୁଣାଣୀ ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ। ୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ GA&PG Department, CMGI ଜରିଆରେ ଏକ ସଫ୍ଟୱେର ଆପ୍ଲିକେସନ ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍‌ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ। ୮. ଯେଉଁ ଆଉଟସୋର୍ସିଂ କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ। ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ ସର୍ଭିସ ପ୍ରୋଭାଇଡର ଏଜେନ୍ସି ସର୍ଭିସ ପ୍ରୋଭାଇଡର ଏଜେନ୍ସି ମାନଙ୍କ ସହିତ ସପ୍ଲିମେଣ୍ଟାରୀ ଏଗ୍ରିମେଣ୍ଟ କରିବେ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.