କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଳକ ସଦର ମହକୁମା ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହଠାରେ ଗୁରୁବାର ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଛି। କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିପିଏମଓ ସୁଜିତ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କୋକସରା ଜେଏମ୍ଏଫସି କୋର୍ଟର ମାଜିଷ୍ଟ୍ରେଟ ରୀତିକା ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ମାନବେଶ ମହାପାତ୍ର, କୋକସରା ବାର ଆସୋସିଏସନର ସଭାପତି ଲଷ୍ମୀ ଖମାରୀ, ଆଇନଜୀବୀ ଲକି ମେହେର, ମନୋଜ ନାଏକ, ପ୍ରିୟ ରଞ୍ଜନ ବେହରା, ଜଗା ପଟ୍ଟନାୟକ, ସୁଜିତ ପଟ୍ଟନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ଏହି ଅବସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ନାରୀମାନଙ୍କ ଅଧିକାର, ଆଇନ ସଚେତନତା, ନାରୀ ପୁରୁଷ ଭିତରେ ପାତର ଅନ୍ତର, ବାଲ୍ୟବିବାହ ରୋକିବା ଆଦି ବିଷୟରେ ଆଲୋଚନା କରାଯାଇଥିଲା। ପିଏଚଇଓ ଶର୍ମିଲା ଛତ୍ରିଆ କାର୍ଯ୍ୟକ୍ରମ ସଂଯୋଜନା କରିଥିଲାବେଳେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମହିଳା ସ୍ୱସ୍ଥ୍ୟ କର୍ମୀ, ଆଶା କର୍ମୀ, ନର୍ସ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.