ଓଡ଼ିଆ ବାର୍ତ୍ତା/ ପୁରୁଷୋତ୍ତମପୁର (ପ୍ରସନ୍ନ କୁମାର ଦାଶ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକରେ ଆଜି ବି.ଏସ.କେୱାଇ ନବୀନ କାର୍ଡ ବିତରଣ କରାଯାଇଛି। ବିଡ଼ିଓ ମନୋଜ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟ ନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ବ୍ଲକ ଚେୟାରମେନ ପିଙ୍କି ବେହେରା ଏବଂ ବ୍ଲକ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ମୋଟ ୨୬ ଗୋଟି ପଞ୍ଚାୟତର ୩୨୦୦ ଜଣ ହିତାଧିକାରୀ ଙ୍କୁ ବି.ଏସ.କେ.ୱଇ ନବୀନ କାର୍ଡ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକ ନିର୍ବାହୀ ଯନ୍ତ୍ରୀ ସରୋଜ କୁମାର ସାବତଙ୍କ ସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ସଭ୍ୟା ଜିଲ୍ଲା ପରିଷଦ ସଦସ୍ୟମାନେ ଉପସ୍ଥିତ ରହିବା ସହ ବ୍ଲକ ଷ୍ଟାଫ ସହଯୋଗ କରିଥିଲେ।