ନର୍ଲାକୁ ଏନଏସି ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ନର୍ଲା ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲାକୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘ ବର୍ଷ ହେଲା ନର୍ଲାକୁ ଏନଏସି ଘୋଷଣା କରିବା ପାଇଁ ବିଭିନ୍ନ ସଂଗଠନ ଓ ଜନସାଧାରଣଙ୍କ ପକ୍ଷରୁ ଦାବି ହୋଇ ଆସୁଥିଲା। କିଛି ଦିନ ତଳେ ଘୋଷିତ ହୋଇଥିବା ଏନଏସି ତାଲିକାରେ ନର୍ଲାର ନାମ ନଥିବାରୁ ନିରାଶ ହୋଇଥିଲେ ଅଞ୍ଚଳବାସୀ। ତେବେ ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନର୍ଲାକୁ ଏନଏସି ମାନ୍ୟତା ପ୍ରଦାନ କରିଛନ୍ତି। ଏହାକୁ ନେଇ ନର୍ଲା ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ଅଞ୍ଚଳବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ଏବେ ସାକର ହେବାକୁ ଯାଉଥିବାରୁ ଜନସାଧାରଣଙ୍କ ତରଫରୁ ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି ଓ ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନର୍ଲାବାସୀଙ୍କ ପ୍ରତି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହା ଏକ ବଡ଼ ଉପହାର ବୋଲି ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି ଓ ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି କହିଛନ୍ତି। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.