ଧର୍ମଗଡ଼ ମହିଳା ଡିଗ୍ରୀ ମହା ବିଦ୍ୟାଳୟରେ ଏଡସ୍ ସଚେତନତା ଓ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ

ସଞ୍ଜମ ପୂର୍ଣ୍ଣ ଜୀବନଶୈଳୀ ଦ୍ୱାରା ଏଡ଼ସ ନିରାକରଣ ସମ୍ଭବ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି: ଧର୍ମଗଡ଼ ମହିଳା ଡିଗ୍ରୀ ମହାବିଦ୍ୟାଳୟର ଯୁବ ରେଡକ୍ରସ ତଥା ରେଡରିବନ କ୍ଲବ ଆନୁକୂଲ୍ୟରେ ଏଡସ୍ ସଚେତନତା ଓ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ମହାବିଦ୍ୟାଳୟର ଅଧ୍ୟକ୍ଷା ମୂର୍ତ୍ତି ମଞ୍ଜରୀ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ଯୁବ ରେଡକ୍ରସ୍ ତଥା ରେଡ୍ ରିବନ କ୍ଲବ୍ ସଂଯୋଜକ ଶାନ୍ତନୁ କୁମାର ପରିଡ଼ା, ସମ୍ମାନୀତ ଅତିଥି ଭାବେ ଲଖିରାମ ଅଗ୍ରୱାଲ +୨ ମହାବିଦ୍ୟାଳୟ ବେହେରାର ଯୁବ ରେଡକ୍ରସ୍ ପରାମର୍ଶଦାତା ମୋହନ ଚରଣ ବିଶି, ମୁଖ୍ୟବକ୍ତା ଭାବେ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟ ଅଧିନସ୍ଥ ସମନ୍ଵିତ ପରାମର୍ଶ ପରୀକ୍ଷଣ କେନ୍ଦ୍ରର ପରାମର୍ଶଦାତା ସୁରେନ୍ଦ୍ର କୁମାର ସାହୁ ଯୋଗ ଦେଇ ସଞ୍ଜମ ପୂର୍ଣ୍ଣ ଜୀବନଶୈଳୀ ଦ୍ୱାରା ଏଡ଼ସ ନିରାକରଣ ସମ୍ଭବ ଏବଂ ସମ୍ପ୍ରତି ଦେଖା ଦେଇଥିବା ରକ୍ତ ସଂକଟକୁ ଦୂର କରିବା ପାଇଁ ସ୍ବେଛାକୃତ ରକ୍ତଦାନ କରିବାକୁ ଆଗେଇ ଆସିବାକୁ ଛାତ୍ରୀ ମାନଙ୍କୁ ଆହ୍ଵାନ ଦେବା ସହ ରକ୍ତ ଦାନର ମହତ୍ତ୍ୱ ବିଷୟରେ ଆଲୋଚନା କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

+୨ ମହିଳା ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ପରାମର୍ଶଦାତା ସଂଜୀବ କୁମାର ମୁଣ୍ଡ୍ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିବାବେଳେ ମହିଳା ଡିଗ୍ରୀ ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ପରାମର୍ଶଦାତା ଅଧ୍ୟାପିକା ପଦ୍ମାଳୟା ଦଣ୍ଡସେନା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସହକାରୀ ଗ୍ରନ୍ଥାଗାରିକ ତଥା ଭାରତୀୟ ରେଡକ୍ରସ୍ ଆଜୀବନ ସଦସ୍ୟ ଲକ୍ଷପତି ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପିକା ସୁଜାତା ମହାନ୍ତି, ଜୟନ୍ତୀ କୁମାରୀ ମୁଦୁଲି, ଅଧ୍ୟାପକ ସରୋଜ କୁମାର ମେହେରଙ୍କ ସମେତ ସମସ୍ତ କର୍ମଚାରୀ ତଥା ଯୁବ ରେଡକ୍ରସ୍ ଓ ରେଡ୍ ରିବନ କ୍ଳବ୍ ସ୍ୱେଚ୍ଛାସେବୀ ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.