ବିଜମରା ନିକଟରେ ପଥଚାରୀଙ୍କୁ ଧକ୍କା ଦେଲା ବାଇକ୍, ୩ ଗୁରୁତର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରବୀନ୍ଦ୍ର ମିଶ୍ର): ଜୟପାଟଣା ମୋଟେର ମୁଖ୍ୟ ରାସ୍ତାର ବିଜମରା ନିକଟରେ ଘଟିଛି ଏକ ଦୁର୍ଘଟଣା। ଜଣେ ପଥଚାରୀଙ୍କୁ ଧକ୍କା ଦେଇ ଦୁଇ ବାଇକ୍ ଆରୋହୀ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ପଥଚାରୀଙ୍କ ସମେତ ଦୁଇ ବାଇକ୍ ଆରୋହୀ ଗୁରୁତର ଅବସ୍ଥାରେ ରାସ୍ତା ଉପରେ ପଡିଥିଲେ। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ ପୋଲକାମୁଣ୍ଡା ଗ୍ରାମର ଜନୈକ ଯୁବକ ବିଜମରା ଠାରୁ ଚାଲି ଚାଲି ନିଜ ଗାଁକୁ ଫେରୁଥିଲେ। ଏହି ସମୟରେ ଜୟପାଟଣା ମୋଟେର ମୁଖ୍ୟ ରାସ୍ତା ଦେଇ କଲମପୁର ଥାନା ଅଧିନସ୍ଥ ଖମନପଡାକୁ ଏକ ବାଇକ୍ ଯୋଗେ ଫେରୁଥିଲେ ଦୁଇ ଯୁବକ। ବାଇକ୍ ଚାଳକ ନିଜ ବାଇକରୁ ଭାରସାମ୍ୟ ହରାଇ ପଥଚାରୀଙ୍କୁ ଧକ୍କା ଦେଇଥିଲା। ପଥଚାରୀ ରାସ୍ତାରେ ଛିଟିକି ପଡ଼ିଥିଲେ। ଦୁଇ ବାଇକ୍ ଆରୋହୀ ମଧ୍ୟ ବାଇକରୁ ଛିଟିକି ପଡି ଗୁରୁତର ହେଇଥିଲେ। ସ୍ଥାନୀୟ ଲୋକେ ତିନିଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରିଥିଲେ। ଶେଷ ଖବରସୁଦ୍ଧା ତିନିଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.