ବାଇକ୍ ଦୁର୍ଘଟଣା, ଜଣେ ଗୁରୁତର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ଥାନା ଡଙ୍ଗରୀଗୁଡା ଢାବା ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ଗୌଡଛେଣ୍ଡିଆ ଗ୍ରାମର ଧବଳେଶ୍ଵର ବାରିକ(୪୫) ବୋଲି ଜଣାପଡ଼ିଛି। ଧବଳେଶ୍ଵର ଶନିବାର ଜୟପୁରରୁ ବାଇକ୍ ଯୋଗେ ନିଜ ଗାଁକୁ ଫେରୁଥିବା ବେଳେ ଜାତୀୟ ରାଜପଥର ଡଙ୍ଗରୀଗୁଡା ନିକଟରେ ଭାରସାମ୍ୟ ହରାଇ ରୋଡ଼ ଡିଭାଇଡରରେ ପିଟିହୋଇ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ତାରେ ତାକୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିବା ଜଣାପଡିଛି। ତେବେ ତାଙ୍କ ଗୋଡ଼ ଓ ମୁଣ୍ଡରେ ଗଭୀର କ୍ଷତ ହୋଇଥିବା ଜଣାପଡିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.