ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ 

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ଗୋଷ୍ଠୀ ଶିକ୍ଷା ଅନ୍ତର୍ଗତ ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଲିତ କୁମାର ନାଏକଙ୍କ ତତ୍ତ୍ଵାବଧାନରେ ଏହା ଅନୁଷ୍ଠିତ ହୋଇଥିଲା। ଅପ୍ରେଲ ମାସ ୨ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଛଅ ବର୍ଷ ବୟସର ସମସ୍ତ ଛାତ୍ରଛାତ୍ରୀଙ୍କୁ ନାମ ଲେଖାଇବା ପାଇଁ ଓଡିଶା ସରକାରଙ୍କ ଶିକ୍ଷା ବିଭାଗ ଏକ ଅଭିନବ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ବିଗତ ୨୦୨୩-୨୪ ଶିକ୍ଷା ବର୍ଷରେ ରେଙ୍ଗାଲପାଲି ୟୁପି ସ୍କୁଲରେ ୩୪୨ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ୬୫ ଜଣ ଛାତ୍ରଛାତ୍ରୀ ଅଷ୍ଟମ ଶ୍ରେଣୀ ଉତ୍ତୀର୍ଣ୍ଣ ଅନ୍ୟ ବିଦ୍ୟାଳୟକୁ ଯାଉଛନ୍ତି ଏବଂ ପ୍ରଥମ ଶ୍ରେଣୀରୁ ଷଷ୍ଠ ଶ୍ରେଣୀର ୫ ଜଣ ଷଷ୍ଠ ଶ୍ରେଣୀରେ ୧୪ ଜଣ ଛାତ୍ରଛାତ୍ରୀ ଆଜି ଯାଏଁ ନାମ ଲେଖାଯାଇଥିବା ପ୍ରଧାନ ଶିକ୍ଷକ ସୂଚନା ଦେଇଛନ୍ତି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଳକ ଉପାଧ୍ୟକ୍ଷ ଜାନକୀ ବାଣୁଆ ଯୋଗ ଦେଇଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଉମାଶଙ୍କର ଦୀପ, ରୁକ୍ମିଣୀ ପୁଝାରୀ, ଭୋଳାନାଥ ନାଏକ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ଦେବାଶିଷ ମହାପାତ୍ର, ସୁଜିତ କୁମାର ସାହୁ, ଶଶି ଦଳପତି, ପର୍ଶୁରାମ ବାଣୁଆ, ଉଦ୍ଧବ ବାଗ, ମୋ ସ୍କୁଲ ଅଭିଯାନର ସମ୍ପାଦକ ଚିନ୍ମୟ ପ୍ରଧାନୀ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କ ସହିତ ନଗର ପରିକ୍ରମା କରିବା ସହ ସେମାନଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରିଥିଲେ। ଏହି ଅବସରରେ ଶିକ୍ଷାର୍ଥୀମାନଙ୍କୁ ଆଇସକ୍ରିମ ଓ ପାଠ୍ୟ ପୁସ୍ତକ ପ୍ରଦାନ କରାଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.