କମଲାବାରିଠାରେ ବିଜେଡ଼ିର ସଂକଳ୍ପ ସମାବେଶ

ଓଡ଼ିଆ ବାର୍ତ୍ତା/ ଧର୍ମଗଡ଼ (ହିରଣ୍ୟ ବେହେରା): ଜୁନାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଳକ ଧାମନପୁର ପଞ୍ଚାୟତ କମଲାବାରି ଠାରେ ମଙ୍ଗଳବାର ବିଜେଡ଼ିର ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଛି। ଏଥିରେ ବିଜୁ ଜନତା ଦଳର କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ, କଳାହାଣ୍ଡି ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ, ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ ପ୍ରାର୍ଥୀ କ୍ୟାପଟେନ ଦିବ୍ୟ‌‌‌ ଶଙ୍କର ମିଶ୍ର ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଲୋକଙ୍କ ଆସ୍ଥା ବିଶ୍ବାସ ରହିଛି। ଏଥର ମଧ୍ୟ ଲୋକେ ଆସ୍ଥା ପ୍ରକଟ କରି ବିପୁଳ ସଂଖ୍ୟାରେ ବିଜୟୀ କରାଇବେ, ଆଜି ଯୋଉ ମାନେ ଉପସ୍ଥିତ ଥିଲେ ସେମାନେ ହେଉଛନ୍ତି ପ୍ରକୃତ ଯୋଦ୍ଧା, ସେମାନେ ଆଶ୍ବସନା ଦେଇଛନ୍ତି ତେଣୁ ନିଶ୍ଚିତ ବିଜୟୀ ହେବୁ ଓ ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ନେଇ କହିଥିଲେ। ଏହି ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଯୁବ ବିଜେଡ଼ି ସଭାପତି ଆଦିତ୍ୟ ନନ୍ଦ, ବିଜୁ ଛାତ୍ର ଜନତା ଦଳ ରାଜ୍ୟ କାର୍ଯ୍ୟକାରୀ ସଭାପତି ଅଭିନାଶ ଠାକୁର, ଗୋଲାମୁଣ୍ଡା ବ୍ଳକ ଅଧକ୍ଷା ପଞ୍ଚମୀ ଦିପ, ଇଂ. ଦିନେଶ କୁମାର ରାଉତ, ଜିଲ୍ଲା ପରିଷଦ ସଭ୍ୟା ହେମାଙ୍ଗିନୀ ରାଉତ, ବ୍ଳକ ବିଜେଡି ମହିଳା ସଭାନେତ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଗୋଲାମୁଣ୍ଡା ବ୍ଳକ ବିଜେଡି ସଭାପତି ଦୟା ସାଗର ଚଳାନଙ୍କ ଅଧ୍ୟକ୍ଷତାରେ ଏହି ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଥିଲା। ଏହି କ୍ରମରେ ବ୍ଳକର ବିଭିନ୍ନ ପଞ୍ଚାୟତରୁ ଦଳୀୟ କର୍ମୀ ଓ ମହିଳାମାନେ ଯୋଗ ଦେଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.