ଗୋପାଳପୁର ଉଚ୍ଚ ବାଳିକା ବିଦ୍ୟାଳୟରେ ବାର୍ଷିକୋତ୍ସବ-୨୦୨୪ ପାଳିତ

ଓଡ଼ିଆ ବାର୍ତ୍ତା/ ଥୁଆମୂଳ ରାମପୁର (ପ୍ରଦୀପ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ଉଚ୍ଚ ବାଳିକା ବିଦ୍ୟାଳୟର ବାର୍ଷିକୋତ୍ସବ ଉଦଯାପିତ ହୋଇଯାଇଛି।ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧିନ ଏହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମୀନାକ୍ଷୀ ସାମଲଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବାର୍ଷିକୋତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଜାନକୀବଲ୍ଲଭ ସାମନ୍ତରାୟ ଯୋଗଦେଇଥିବା ବେଳେ ବିଦ୍ୟାଳୟ ର ପୁର୍ବତନ ତଥା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅମରେନ୍ଦ୍ରନାଥ ସାହୁ, ଗୋପାଳପୁର ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭରତ ନାୟକ, ଜୁନାଗଡ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବୀଣାପାଣି ସାମନ୍ତରାୟ,ମଧୁପୁର ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବେଦବ୍ୟାସ ପ୍ରଧାନ, ଗୁଣପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରୈଲୋକ୍ୟ ନାଥ ବିଷୋଇ,ଥୁଆମୂଳ ରାମପୁର ନୋଡାଲ୍ ଉଚ୍ଚ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କୃତ୍ତିବାସ ନାଏକ ଏବଂ କାଠଘରା ଆବାସିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜନ୍ମେଜୟ ଶବର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଦକ୍ଷ ଶିକ୍ଷକ ତଥା ସାହିତ୍ୟିକ ବିରଞ୍ଚି ନାରାୟଣ ମୁଣ୍ଡ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଅଭିଭାବକ ମାନଙ୍କୁ ନିଜ ବକ୍ତବ୍ୟ ମାଧ୍ୟମରେ ମାର୍ଗ ଦର୍ଶନ କରିଥିବା ବେଳେ ଉଚିତ ପରାମର୍ଶ ଦେଇଥିଲେ। ବିଶିଷ୍ଟ ସମାଜସେବୀ, ରାଜନେତା ତଥା ଶିକ୍ଷାବିତ ସ୍ବର୍ଗତ ବନମାଳୀ ନାୟକଙ୍କ ସ୍ମୃତି ଚାରଣ ପୁର୍ବକ ସ୍ବର୍ଗତ ନାୟକଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଥିଲା।ଆମନ୍ତ୍ରିତ ଅତିଥି ମାନଙ୍କ ପରିଚୟ ପ୍ରଦାନ ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସାମଲ ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଦ୍ୟାଳୟର ଛାତ୍ରୀ ମାନେ ବିଭିନ୍ନ ନୃତ୍ୟ ପ୍ରଦର୍ଶିତ ହୋଇଥିଲା। ଏଥି ପୁର୍ବରୁ ବିଦ୍ୟାଳୟର ଛାତ୍ରୀ ମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରଷ୍କୃତ କରାଯାଇଥିଲା। ଏଥିସହିତ ଗତ ବର୍ଷ ମାଟ୍ରିକ ପରୀକ୍ଷାରେ ବିଦ୍ୟାଳୟର ଶ୍ରେଷ୍ଠ ଛାତ୍ରୀ ମାନଙ୍କୁ ଉପଢୌକନ ସହିତ ସମ୍ବର୍ଦ୍ଧନା ପତ୍ର ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ସହ ଶିକ୍ଷକ ରବିନ୍ଦ୍ର ନାଥ ସେଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ମଞ୍ଚ ପରିଚାଳନା କରିଥିଲେ ସୁଶ୍ରୀ ସ୍ବାଗତୀକା ମିଶ୍ର ଏବଂ ଧନ୍ୟବାଦ ଅର୍ପଣ କରିଥିଲେ ପୁଷ୍ପାଞ୍ଜଳି ସାହୁ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.