କପୁରମାଲଠାରେ ବାବା ସାହେବ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଲିତ

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଲକ ମଙ୍ଗଳପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କପୁରମାଲ ଠାରେ ବାବା ସାହେବ ଡ଼ଃ ଭୀମ ରାଓ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଅଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଡ଼ଃ ଆମ୍ବେଦକରଙ୍କ ବିଚାରଧାରା ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଜୟପାଟଣା ବ୍ଲକ ବିଜେଡ଼ି ସଭାପତି ମିନକେତନ ପୁଝାରୀ, ଗଣେଶ ରାମ ବାଗ ଏବଂ କପୁରମାଲ ଗ୍ରାମର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ। ପରେ ପରେ ଆମ୍ବେଦକର ଭବନରୁ ଏକ ଶୋଭାଯାତ୍ରା ବାହାରି ଗ୍ରାମ ପରିକ୍ରମା କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.