ନର୍ଲା: ବିଜୁ ଛାତ୍ର ଜନତା ଦଳ କଳାହାଣ୍ଡିର ନିର୍ବାଚନୀ ପ୍ରସ୍ତୁତି ବୈଠକ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀର ରୁପ୍ରାରୋଡ ବିଜେଡ଼ି କାର୍ଯ୍ୟାଳୟ ଠାରେ କଳାହାଣ୍ଡି ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ସଭାପତି ଅଜିତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପ୍ରାର୍ଥୀନୀ ମନୋରମା ମହାନ୍ତି, କଳାହାଣ୍ଡି ଜିଲ୍ଲା ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଟିକେଲାଲ ସାହୁ, ନର୍ଲା ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ନର୍ଲା ବ୍ଲକ ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, କଳାହାଣ୍ଡି ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ସାଧାରଣ ସମ୍ପାଦକ ଦେବେନ୍ଦ୍ର ପ୍ରସାଦ ସାହୁ, ବିଜୁ ଛାତ୍ର ଜନତା ଦଳର ନର୍ଲା ସଭାପତି ଘାସିରାମ ସାହୁ, ମ.ରାମପୁର ବ୍ଲକ ବିଜୁ ଛାତ୍ର ଜନତା ଦଳ ସଭାପତି ସୁଭମ ବାରିକ ପ୍ରମୁଖ ଉପସ୍ଥିତ ରହି ଆଗାମୀ ସାଧାରଣ ନିର୍ବାଚନରେ ଛାତ୍ର ସମାଜର ଭୂମିକା ଉପରେ ଆଲୋକପାତ କରିଥିଲେ। ନବୀନ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଓ ବିକାଶଧାରା ତୃଣମୂଳ ସ୍ତରରେ ପହଞ୍ଚାଇ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବା ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଥିଲା। କଳାହାଣ୍ଡି ଲୋକସଭା ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ ଓ ନର୍ଲା ବିଧାନସଭା ବିଧାୟିକା ପ୍ରାର୍ଥୀନୀ ମନୋରମା ମହାନ୍ତିଙ୍କୁ ବିଜୟୀ କରିବା ପାଇଁ କ’ଣ ରଣନୀତି ରହିବ ସେନେଇ ଉପସ୍ଥିତ ଛାତ୍ର ନେତାମାନେ ସ୍ଵକୀୟ ମତ ପ୍ରକାଶ କରିଥିଲେ। ଯୁବ ନେତା ତଥା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ କୌତୁକ ଖମାରୀ ମଞ୍ଚ ପରିଚାଳନା କରିଥିବାବେଳେ ବୈଠକରେ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କର୍ଲାମୁଣ୍ଡା, ମ.ରାମପୁର, ନର୍ଲା ଓ କେସିଙ୍ଗାର ୮ଟି ପଞ୍ଚାୟତର ଛାତ୍ର ନେତାମାନେ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.