ବିଜେଡି ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ମାରାଥନ ପ୍ରଚାର

ଓଡ଼ିଆ ବାର୍ତ୍ତା/ ଧର୍ମଗଡ଼ (ହିରଣ୍ୟ ବେହେରା): ନାମାଙ୍କନପତ୍ର ଦାଖଲ ପରେ ଧର୍ମଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜେଡ଼ିର ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ମାରାଥନ୍ ପ୍ରଚାର ଆରମ୍ଭ ହୋଇଛି। ବୁଧବାର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋକସରା ବ୍ଲକର ବଡ଼ପୋଡ଼ାଗୁଡ଼ା ଓ ସାନ ପୋଡାଗୁଡା ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଜନହିତକର ଯୋଜନା ଗୁଡ଼ିକ ନେଇ ଲୋକରେ ପହଞ୍ଚି ଯୋଡ଼ି ଶଙ୍ଖରେ ଭୋଟ ଦେବାପାଇଁ ଭୋଟ ଭିକ୍ଷା କରୁଥିବା ଦେଖିବାକୁ ମିଳିଥିଲା। ଏହି କ୍ରମରେ ସାନ ପୋଡାଗୁଡା ପଞ୍ଚାୟତର କୁଲେରଗୁଡା ମା’ ମାଉଲୀ ମନ୍ଦିର ପରିସରରେ ଏକ ମିଶ୍ରଣ ପର୍ବ ସହ ନିର୍ବାଚନି ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜେପି ଓ ଅନ୍ୟ ଦଳରୁ ପ୍ରାୟ ୫୦ରୁ ଉର୍ଦ୍ଧ୍ବ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଦଳ ପକ୍ଷରୁ ସେମାନଙ୍କୁ ସ୍ବାଗତ କରା ଯାଇଥିଲା। ଆଜିର ପ୍ରଚାର ସମୟରେ କୋକସରା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ବ୍ଳକ ବିଜେଡି ସଭାପତି ସୁଶାନ୍ତ ବେହେରା, ରବି ଦାସ, ସୋନୁ ଅଗ୍ରୱାଲ ସମେତ ଦଳୀୟ କର୍ମୀମାନେ ସାମିଲ ହୋଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.