ସ୍ବାମୀ ଚିଦାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଡସ୍ ସଚେତନତା ଓ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ

ସଂଯମପୂର୍ଣ୍ଣ ଆଚରଣ ଦ୍ବାରା ଏଡସ ନିରାକରଣ ସମ୍ଭବ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଳ): ଜୁନାଗଡ଼ ବ୍ଲକ ଅନ୍ତର୍ଗତ କରଚଳା ସ୍ଥିତ ସ୍ବାମୀ ଚିଦାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ ଓ ରେଡରିବନ କ୍ଲବ ଆନୁକୂଲ୍ୟରେ ଏଡସ୍ ସଚେତନତା ଓ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାରତ ଭୂଷଣ ମୁଣ୍ଡଙ୍କ ସଭାପତିତ୍ବରେ ଆୟୋଜିତ ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଯୁବ ରେଡକ୍ରସ୍ ଓ ରେଡ୍ ରିବନ କ୍ଲବ୍ ଜିଲ୍ଲା ସଂଯୋଜକ ଶାନ୍ତନୁ କୁମାର ପରିଡ଼ା , ମୁଖ୍ୟବକ୍ତା ଭାବେ ଧର୍ମଗଡ଼ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ ପରାମର୍ଶଦାତା ସଞ୍ଜୀବ କୁମାର ମୁଣ୍ଡ୍, ସମ୍ମାନିତ ଅତିଥି ଭାବେ ଲଖିରାମ ଅଗ୍ରୱାଲ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବେହେରାର ରେଡ୍ ରିବନ କ୍ଲବ ପରାମର୍ଶଦାତା ମୋହନ ଚରଣ ବିଶି ପ୍ରମୁଖ ଯୋଗଦେଇଥିଲେ। ଜନ ସାଧାରଣ ସଚେତନ ହେଲେ ଏଡ଼ସ ନିରାକରଣ ସମ୍ଭବ। ଏଥିପାଇଁ ଜାତୀୟ ଏଡ଼ସ ନିୟନ୍ତ୍ରଣ ସଂସ୍ଥା ହେଲ୍ପ ଲାଇନ ଟୋଲ୍ ଫ୍ରି ନମ୍ବର ୧୦୯୭ ସହାୟତା ନେବାପାଇଁ ଆଲୋଚନା କରାଯାଇଥିଲା। ସମ୍ପ୍ରତି ଦେଖା ଦେଇଥିବା ରକ୍ତ ସଂକଟକୁ ଦୂର କରିବା ପାଇଁ ସ୍ବେଛାକୃତ ରକ୍ତଦାନ କରିବାକୁ ଆଗେଇ ଆସିବାକୁ ଛାତ୍ର ଛାତ୍ରୀ ମାନଙ୍କୁ ଆହ୍ଵାନ ଦେବା ସହ ରକ୍ତଦାନର ମହତ୍ତ୍ୱ ବିଷୟରେ ଅତିଥି ମାନେ ଆଲୋଚନା କରିଥିଲେ। ଆଗାମୀ ଦିନରେ ମହାବିଦ୍ୟାଳୟ ପରିସରରେ ରକ୍ତଦାନ ଶିବିର ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଯୁବ ରେଡକ୍ରସ୍ ପରାମର୍ଶଦାତା କ୍ୟାପଟେନ ଭବାନୀ ଶଙ୍କର ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଓ ଓଡ଼ିଆ ବିଭାଗ ଅଧ୍ୟାପକ ସୁବାସ ଚନ୍ଦ୍ର ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ଯୁବ ରେଡକ୍ରସ୍ ଓ ରେଡ୍ ରିବନ କ୍ଳବ୍ ସ୍ୱେଚ୍ଛାସେବୀ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ମାନବ ଶୃଙ୍ଖଳ, ପ୍ରବନ୍ଧ ଓ ସାଧାରଣ ଜ୍ଞାନ ପ୍ରତିଯୋଗିତା ଆୟୋଜନ କରାଯାଇ ବିଜେତା ମାନଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ସୁଧୀର କୁମାର ପଣ୍ଡା, ଅକ୍ଷୟ କୁମାର ହାତୀ, ଧବଳେଶ୍ଵର କୁମ୍ଭାର, ଚଣ୍ଡିରାମ ହାତୀ ପ୍ରମୁଖ ସହାୟତା କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୁବ ରେଡକ୍ରସ୍ ଓ ରେଡ୍ ରିବନ କ୍ଳବ୍ ସ୍ୱେଚ୍ଛାସେବୀ ଛାତ୍ର ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.