ବାଲିଗୁଡ଼ା: ବିଜେଡିର ଚକ୍ରମଣି କହଁରଙ୍କ ପ୍ରାର୍ଥୀପତ୍ର ଦାଖଲ କଲେ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ରୌଦ୍ର ତାପ ସତ୍ବେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରା ଓ ପଟୁଆରରେ ଆସି କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ବିଜୁ ଜନତା ଦଳ ନିକଟସ୍ଥ ଅସ୍ଥାୟୀ କାର୍ଯ୍ୟାଳୟ ଠାରୁ ପାରମ୍ପରିକ ନୃତ୍ୟ, ବାଦ୍ୟ ଯନ୍ତ୍ର ତାଳେ ତାଳେ ବାଲିଗୁଡା, କ.ନୂଆଗାଁ, ତୁମୁଡିବନ୍ଧ, କୋଟଗଡ ବ୍ଲକ ଓ ବାଲିଗୁଡା ଏନଏସିର ହଜାର ହଜାର ସମର୍ଥକଙ୍କୁ ନେଇ ସ୍ଥାନୀୟ ବସଷ୍ଟାଣ୍ଡ, ମୁଖ୍ୟ ବଜାର, ଗାନ୍ଧୀ ଛକ ଦେଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ସ୍ଥାନୀୟ ନିର୍ବାଚନ ଅଧିକାରୀ ତଥା ଉପଜିଲ୍ଲାପାଳ ଡ.ରିନା ପ୍ରଧାନଙ୍କ ନିକଟରେ ୨ ସେଟ ପ୍ରାର୍ଥୀପତ୍ର ନାମାଙ୍କନ ଦାଖଲ କରିଥିଲେ । ପ୍ରାର୍ଥୀପତ୍ର ଦାଖଲ ସମୟରେ କନ୍ଧମାଳ ସାଂସଦ ଡ଼.ଅଚ୍ୟୁତ ସାମନ୍ତ, ଜିଲ୍ଲା ପଯ୍ୟବେକ୍ଷକ ବିଜୟ ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ପୂର୍ବତନ ବିଧାୟକ ରାଜୀବ ପାତ୍ର, ସଂଯୋଜକ ଟୁନା ଦାସ, ଅଜୟ ମହାରଣା, ପ୍ରମୋଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ତାଙ୍କ ଉପରେ ମାନ୍ୟବର ମୁଖ୍ୟମନ୍ତୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭରଷା କରି ଟିକଟ ଦେଇଥିବାରୁ ଧନ୍ୟବାଦ ପ୍ରଦାନ କରିବା ସହ ଚାରୋଟି ବ୍ଲକ ଓ ବାଲିଗୁଡା ଏନଏସି ର ଜନସାଧାରଣ ଓ ତାଙ୍କ ଉପରେ ଭରଷା କରି ଆଜି ଆସିଥିବାରୁ ଦଳର ସମସ୍ତଙ୍କୁ ବିଧାୟକ ପ୍ରାର୍ଥୀ ଚକ୍ରମଣି ଧନ୍ୟବାଦ ପ୍ରଦାନ କରିଛନ୍ତି । ସାଂସଦ ଡ.ଅଚ୍ୟୁତ ସାମନ୍ତ ନିଜ ପ୍ରତିକ୍ରିୟା ରେ କହିଛନ୍ତି ଯେ, ବାଲିଗୁଡା ବିଧାନସଭା ମଣ୍ଡଳୀର ସମସ୍ତ ଜନସାଧାରଣ ଚକ୍ରମଣି କହଁରଙ୍କୁ ପୁଣି ଥରେ ଆଶୀର୍ବାଦ ପ୍ରଦାନ କରି ବିଜୟୀ କରାନ୍ତୁ ବୋଲି ଅପିଲ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.