ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସିନ୍ଦ୍ରିଗାଁ ପଞ୍ଚାୟତର ବୋରୀପଡା ଗ୍ରାମର ବାପୁଜୀ ବେହେରା (୨୩) ନାମକ ଜଣେ ଯୁବକ ବାରିପଟେ ଥିବା କୂଅରେ ଲାଗିଥିବା ଟୁଲୁ ମୋଟରକୁ ଚାଲୁ କରିବା ନିମନ୍ତେ ଯାଇଥିଲା। ସେଠାରେ କୌଣସି କାରଣ ବଶତଃ ଅଚେତ୍ ହୋଇ ପଡିଯାଇଥିଲା। ସଙ୍ଗେ ସଙ୍ଗେ ପରିବାର ଲୋକେ ସିନ୍ଦ୍ରିଗାଁ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବାଲିଗୁଡା ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି କୁ ଅନୁଧ୍ୟାନ କରି ବାଲିଗୁଡା ପୋଲିସ୍ କେଶ ନଂ. ୧୨/୨୪ରେ ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ବିଷୟ ଥାନା ଭାରପ୍ରାପ୍ତ ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରକାଶ କରିଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.