ବାଲେଶ୍ୱରରେ ପାଳିତ ହେଲା ଜିଲ୍ଲାସ୍ତରୀୟ ଶ୍ରୀ ଜୟଦେବ ଜୟନ୍ତୀ

ଓଡ଼ିଆ ବାର୍ତ୍ତା/ ବାଲେଶ୍ୱର (କୃଷ୍ଣ କୁମାର ମହାନ୍ତି): ଚଳିତ ବର୍ଷ ସାଧାରଣ ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ ବିଧି ଅନୁପାଳନ କରିବା ସହ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପୂର୍ବାହ୍ନ ୧୦ ଘଟିକା ସମୟରେ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ଠାରେ ଗୀତଗୋବିନ୍ଦ ରଚୟିତା ମହାକବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ ଜୟନ୍ତୀ ସମାରୋହରେ ଜିଲ୍ଲାପାଳ ଶ୍ରୀ ଆଶୀଷ ଠାକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜୟଦେବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I ତତ୍ ସହିତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିରଞ୍ଜନ ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ମନସ୍ବିନୀ ରାଉତ, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ଓ ବିଭିନ୍ନ ବିଭାଗୀୟ ପଦାଧିକାରୀ ଓ କର୍ମଚାରୀ ପ୍ରମୁଖ ଯୋଗ ଦେଇ ଜୟଦେବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.