ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଆଜି ମଇ ୧୩ ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନରେ ପଡ଼ିବ ଭୋଟ୍। ଏହି ପର୍ଯ୍ୟାୟରେ ଚାରୋଟି ସଂସଦୀୟ କ୍ଷେତ୍ର ଅଧିନରେ ମୋଟ ୬୨,୮୭,୨୨୨ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୩୦,୯୭,୫୨୭ ପୁରୁଷ, ୩୧,୮୯,୦୬୦ ମହିଳା ଓ ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି ଏବଂ ମତଦାତା ଲିଙ୍ଗ ଅନୁପାତ ୧୦୩୦ ରହିଛି। ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ଏମାନଙ୍କ ମଧ୍ୟରେ ୧,୭୫,୧୩୪ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା, ୨୦-୨୯ ବର୍ଷ ବୟସର ୧୪,୬୮,୫୦୪ ଜଣ ଯୁବ ମତଦାତା ରହିଛନ୍ତି। ମୋଟ ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ ହେବ। ଏଥିପାଇଁ ନିର୍ବାଚନ ହେବାକୁ ଥିବା ସବୁ ପୋଲିଂ ବୁଥକୁ ଇଭିଏମ ପଠାଯାଇଛି। ପୋଲିଂ ଅଧିକାରୀମାନେ ଇଭିଏମ ସହ ଭିଭିପାଟ ମେସିନ ସାଙ୍ଗରେ ଧରି ନିଜ ନିଜ ପୋଲିଂ ବୁଥକୁ ଯାଇଛନ୍ତି। ସମ୍ବେଦନଶୀଳ ବୁଥ ଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

ମତଦାତା ସଂଖ୍ୟା ହିସାବରେ କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବନିମ୍ନ ୧୪୮୦୯୨୨ ଜଣ ମତଦାତା ଓ କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୧୭,୦୦,୭୮୦ ଜଣ ମତଦାତା ରହିଛନ୍ତି। ବିଧାନସଭା କ୍ଷେତ୍ରଗୁଡ଼ିକ ମଧ୍ୟରେ ଲକ୍ଷ୍ମୀପୁରରେ ସର୍ବନିମ୍ନ ୧,୭୩,୭୨୧ ଜଣ ଓ ଧର୍ମଗଡ଼ରେ ସର୍ବାଧିକ ୨,୬୧,୭୦୮ ଜଣ ମତଦାତା ରହିଛନ୍ତି। ଏହି ଚତୁର୍ଥ ପର୍ଯ୍ୟାୟରେ ସାମଗ୍ରିକ ଭାବରେ ୩୯,୯୯୫ ଜଣ ୮୫ ବର୍ଷରୁ ଉର୍ଦ୍ଧ ମତଦାତା, ୧୨୯୪ ଜଣ ୧୦୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ମତଦାତା, ୩୧ ଜଣ ପ୍ରବାସୀ ମତଦାତା ଓ ୬୨୯୬ ଜଣ ସର୍ଭିସ୍ ଭୋଟର ରହିଛନ୍ତି। ଉକ୍ତ ଚତୁର୍ଥ ପର୍ଯ୍ୟାୟରେ ଅତିରିକ୍ତ ମତଦାନ କେନ୍ଦ୍ରକୁ ମିଶାଇ ରହିଥିବା ୭୩୦୩ ମତଦାନ କେନ୍ଦ୍ର ମଧ୍ୟରୁ ୭୪୮ଟି ସହରାଞ୍ଚଳ ଓ ୬୫୫୫ଟି ଗ୍ରାମାଞ୍ଚଳରେ ରହିଛି। ଏହା ମଧ୍ୟରେ ‘ସଂପୂର୍ଣ ରୂପେ ମହିଳା କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’, “ସଂପୂର୍ଣ୍ଣ ରୂପେ ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର ଏବଂ ‘ସଂପୂର୍ଣ୍ଣ ରୂପେ ଯୁବ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ମତଦାନ କେନ୍ଦ୍ର ରହିଛି। ଏହି ପର୍ଯ୍ୟାୟରେ ମୋଟ ୬୬୨ଟି ଆଦର୍ଶ ମତଦାନ କେନ୍ଦ୍ର (ମଡ଼େଇ ବୁଥ୍‌) ରହିଛି। ଏହି ପର୍ଯ୍ୟାୟରେ ପ୍ରାୟ ୫୩୦୦୦ ଜଣ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି । ସର୍ବମୋଟ ୭୩୦୩ଟି ବୁଥ୍ ମଧ୍ୟରୁ ପ୍ରାୟ ୬୦ ପ୍ରତିଶତ ବୁଥ୍ରେ ୱେବ୍‌କାଟିଂ କରାଯିବ। ଏହି ପର୍ଯ୍ୟାୟରେ ମୋଟ ୭୨୮୯ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି। ପରିସୀମା ଭାବରେ ଏହି ପର୍ଯ୍ୟାୟରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ସବୁଠୁ ସାନ ଓ କୋରାପୁଟ ସବୁଠାରୁ ବଡ଼ ସଂସଦୀୟ କ୍ଷେତ୍ର। ବିଧାନସଭା କ୍ଷେତ୍ରମାନଙ୍କ ମଧ୍ୟରେ ବ୍ରହ୍ମପୁର ସବୁଠାରୁ ସାନ ଓ ମାନକାନଗିରି ସବୁଠାରୁ ବଡ଼ ସଂସଦୀୟ କ୍ଷେତ୍ର ଅଟେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.