ସସ୍‌ପେଣ୍ଡ ହେଲେ ୨ ପୋଲିଂ ଅଫିସର

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଛି। ରାଜ୍ୟର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନରେ ଚାଲିଛି ଭୋଟିଂ। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନିର୍ବାଚନ ପରିଚାଳନାରେ ତ୍ରୁଟି ପାଇଁ ୨ ଜଣ ପୋଲିଂ ଅଫିସରଙ୍କୁ ସସ୍‌ପେଣ୍ଡ କରାଯାଇଛି। ସେମାନେ ହେଲେ କଳାହାଣ୍ଡି ଜିଲା ନର୍ଲାର ଏକ ବୁଥରେ ନିୟୋଜିତ ତେଜାଂଶୁ ସାହୁ ଓ ଗଞ୍ଜାମ ଜିଲାରେ ଜଣେ ପୋଲିଂ ଅଧିକାରୀ। ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, କାର୍ଯ୍ୟରେ ଅବହେଳା ପାଇଁ ଦୁଇ ଜଣ ପୋଲିଂ ଅଫିସରଙ୍କୁ ସସପେଣ୍ଡ କରାଯାଇଛି।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.